ମେଡିକାଲ କଲେଜ ଦାବି, ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସରକାରୀ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ସହ ବରଗଡ଼ ନାଗରିକ ମଞ୍ଚ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସ୍ମାରକପତ୍ର ପ୍ରଦାନ କରିଛି। ସ୍ବାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ବରଗଡ଼ ଗସ୍ତରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସିଥିବା ସମୟରେ ଏହି ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ସ୍ମାରକପତ୍ରରେ ସହରର ପୁରାତନ ଜିଲାମୁଖ୍ୟ ଡାକ୍ତରଖାନା ତଥା ବର୍ତ୍ତମାନର ସହରାଞ୍ଚଳ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର, ଷ୍ଟାଫ, ପରୀକ୍ଷା ଯନ୍ତ୍ରପାତିର ବ୍ୟବସ୍ଥା କରିବା ପାଇଁ ମଧ୍ୟ ଦାବି ହୋଇଛି। ସହର ମଧ୍ୟରେ ରହିଥିବା କାରାଗାରକୁ ବାହାରକୁ ସ୍ଥାନାନ୍ତର କରି ସେହି ଜାଗାରେ ୩୦୦ ଶଯ୍ୟା ବିଶିଷ୍ଟ ଏଫଆରୟୁ କିମ୍ବା ସିଟି ହସ୍ପିଟାଲ ନିର୍ମାଣ କରିବାକୁ ଦାବି ହୋଇଛି। ବରଗଡ ଖେଦାପାଲି ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ଆବଶ୍ୟଖ ଡାକ୍ତର, ନର୍ସ, ଷ୍ଟାଫ, ପରୀକ୍ଷା, ଔଷଧ ଇତ୍ୟାଦି ଯୋଗାଇ ଦେବା ପାଇଁ ବରଗଡ ନାଗରିକ ମଞ୍ଚ ଦାବି କରିଛି। ସଂଗଠନର ସଭାପତି
ଭୀଷ୍ମଦେବ ସରାଫ, ଭବାନୀ ସାହୁ, ଶୟନ ପଣ୍ଡା, ଟିଙ୍କୁ ନନ୍ଦ, ନିତ୍ୟାନନ୍ଦ ବାଗ, ସୁରଥ ସାହୁ,ସତ୍ୟ ନାରାୟଣ ମେହେର, ସୁଶାନ୍ତ ସାହୁ, ଜୀବନ ଲାଲ ଚୌଧୁରୀ, ସୁଦାମ ସାହୁ, ଟଙ୍କ ଧର ଭେସ୍ରା, ଲୁକେଶ ବାରିକ, ସୁଧୀର ବରିହା, ଜିଭି ରାଓ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri