ଜୋର୍‌ ଧରିଲା ଏନ୍‌ଏସି ଘୋଷଣା ଦାବି, ଦାରିଙ୍ଗବାଡ଼ିର ବିକାଶ ପାଇଁ…

ଦାରିଙ୍ଗବାଡ଼ି,୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତର ବିକାଶ ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି।

ବୁଧବାର ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଛି। ଦାରିଙ୍ଗବାଡ଼ିକୁ ବିଜ୍ଞାପିତ ପରିଷଦ(ଏନ୍‌ଏସି) ଅଞ୍ଚଳ ମାନ୍ୟତା ଦାବିରେ ରାଜ୍ୟ ସରକାରଙ୍କୁ ଜଣାଇବା ପାଇଁ ଏହି ସ୍ବତନ୍ତ୍ର ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ସମେତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୋଶନ କୁମାର ରଥ, ଏଡିଇଓ ସଖିଲତାବାଳା, ବରିଷ୍ଠ ନାଗରିକ ସଂଘର ସଭାପତି ରମେଶ ଚନ୍ଦ୍ର ସାହୁ, ବଣିକ ସଂଘର ସଭାପତି ଲଡ଼ୁ କିଶୋର ସାହୁ, ଓକିଲ ସଂଘର ସଭାପତି ପ୍ରଦୀପ କୁମାର ସାହୁ,ହୋଟେଲ ସଂଘର ସମ୍ପାଦକ ଦିଲୀପ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ରହିଥିଲେ।

ଏହି ଅବସରରେ ସରପଞ୍ଚ ଏବଂ ମୁଖ୍ୟ ଅତିଥି ତାଙ୍କ ଅଭିଭାଷଣରେ କହିଥିଲେ ଯେ, ଦାରିଙ୍ଗବାଡ଼ିରେ ଭୋଟର ସଂଖ୍ୟା ୮ ହଜାର ଉପରକୁ ବୃଦ୍ଧି ପାଇବା ସହ ଜନସଂଖ୍ୟା ମଧ୍ୟ ଏନ୍‌ଏସି ପାଇଁ ଆବଶ୍ୟକତା ସଂଖ୍ୟାଠାରୁ ଅଧିକ ରହିଛନ୍ତି। ତେବେ ଦାରିଙ୍ଗବାଡ଼ିର ବିକାଶ କେବଳ ପଞ୍ଚାୟତ ଓ ପଞ୍ଚାୟତ ସମିତି ଅଧୀନରେ ଉନ୍ନୟନ କାର୍ଯ୍ୟ ହେଉଥିଲେ ମଧ୍ୟ ତାହା ନିଅଣ୍ଟିଆ ହେଉଛି। ଯଦି ଦାରିଙ୍ଗବାଡ଼ିକୁ ରାଜ୍ୟ ଓ କେନ୍ଦ୍ର ସରକାର ଏହାକୁ ବିଜ୍ଞାପିତ ପରିଷଦ ଅଞ୍ଚଳ ଭାବେ ଘୋଷଣା କରନ୍ତି ତେବେ ଦାରିଙ୍ଗବାଡ଼ିର ପରିମଳ ବ୍ୟବସ୍ଥାର ସୁଧାର ଆସିବା ସମେତ ଡ୍ରେନେଜ୍‌ ବ୍ୟବସ୍ଥା ସହ ସହରର ସୌନ୍ଦର୍ଯ୍ୟକରଣ ପିଇବା ପାଣିର ବ୍ୟବସ୍ଥା ସହ ରାସ୍ତାଘାଟର ବିକାଶ ହୋଇପାରିବ ବୋଲି କୁହାଯାଇଥିବା ସହ ପର୍ଯ୍ୟଟନକ୍ଷେତ୍ରର ଆହୁରି ବିକାଶ ହୋଇପାରିବ ବୋଲି କୁହାଯାଇଥିଲା। ଏହି ସ୍ବତନ୍ତ୍ର ଗ୍ରାମସଭାରେ ଅନ୍ୟମାନଙ୍କ ମଧ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ବହୁ ମହିଳା ସଦସ୍ୟା ଯୋଗଦେବା ସହ ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ସବୁଜ ବୈଦ୍ୟ ସଂଗଠନର ସମ୍ପାଦକ ଦୀନବନ୍ଧୁ ମହାରଣା, ଅଜିତ କୁମାର ସାହୁ, ସରୋଜ ସାହୁ, ରଞ୍ଜନ କୁମାର ସାହୁ, ଅରୁଣ ପ୍ରଧାନଙ୍କ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ। ସର୍ବସମ୍ମତିକ୍ରମେ ବିଜ୍ଞାପିତ ପରିଷଦ ଅଞ୍ଚଳ କରାଯିବା ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନା କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri