ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶାର ବଲାଙ୍ଗୀର ଜିଲା କାର୍ଯ୍ୟକର୍ତ୍ତାମାନେ ପହଞ୍ଚି ଆନ୍ଦୋଳନକୁ ପୂର୍ଣ୍ଣ ସମର୍ଥନ ଜଣାଇବା ସହ ଧାରଣାରେ ସାମିଲ ହୋଇଛନ୍ତି।

ସଂଗଠନ ପକ୍ଷରୁ କୁହାଯାଇଛି ଯେ, ସଇଁତଳା ବଲାଙ୍ଗୀର ଜିଲାର ଏକ ପୁରାତନ ସହର। ପୂର୍ବରୁ ସଇଁତଳା ଏକ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟ ଥିଲା। ତେବେ ରାଜନୈତିକ କାରଣରୁ କିଛି ବର୍ଷ ପୂର୍ବେ ଏହାର ମାନ୍ୟତା ହରାଇଥିଲା। ଦୀର୍ଘବର୍ଷ ଧରି ସହରଟି ଅବହେଳିତ ହୋଇ ରହିଥିବା ଅଭିଯୋଗ ହୋଇଛି।

ସଇଁତଳାକୁ ଏନଏସି ଘୋଷଣା କରିବା ପାଇଁ ଆବଶ୍ୟକ ଯୋଗ୍ୟତା ଥିବା ସତ୍ତ୍ୱେ ଅଞ୍ଚଳକୁ ଅଣଦେଖା କରାଯାଉଥିବା ଆନ୍ଦୋଳନକାରୀମାନେ କହିଛନ୍ତି। ଦୀର୍ଘ ପ୍ରାୟ ୩୦ ବର୍ଷ ଧରି ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିବାକୁ ଦାବି ହୋଇଆସୁଛି।

ପୂର୍ବତନ ବିଜେଡି ସରକାର ସମୟରେ ସଇଁତଳାକୁ ଏନଏସି ମାନ୍ୟତା ଦେବାକୁ ପ୍ରତିଶ୍ରୁତି ମିଳିଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରି ନ ଥିବା ଅଭିଯୋଗ ହୋଇଛି। ଏହାପରେ ନୂତନ ସରକାରଙ୍କ ସମୟରେ ଏନଏସି ଗଠନ ପାଇଁ ନୂଆ ତାଲିକା ପ୍ରକାଶ ପାଇଥିଲେ ମଧ୍ୟ ସେଥିରୁ ସଇଁତଳାର ନାମ ବାଦ ପଡ଼ିଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ସଇଁତଳାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ପାଇଁ ସଇଁତଳା ଗ୍ରାମ ପଞ୍ଚାୟତର ସରପଞ୍ଚ ସୁବ୍ରତ ନାଗଙ୍କ ନେତୃତ୍ୱରେ ଅଞ୍ଚଳବାସୀ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଏହି ଆନ୍ଦୋଳନକୁ ଅଞ୍ଚଳବାସୀଙ୍କ ସମେତ ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ସଂଗଠନ ସମର୍ଥନ ଜଣାଇଛନ୍ତି।

ଏହି କ୍ରମରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ପକ୍ଷରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ସନ୍ତୋଷ ଭୋଳ, ରାଜ୍ୟ ଉପସଭାପତି ପ୍ରଦୀପ ଦାଶ, ବଲାଙ୍ଗୀର ଜିଲା ସଭାପତି ବଦ୍ରିନାଥ ହୋତା, ସୌମ୍ୟରଞ୍ଜନ ପୁରୋହିତ, ରାଜୁ ନାଏକ ଏବଂ ବେଲଗାଁର ମୁକେଶ ସାହୁ ପ୍ରମୁଖ ଧାରଣାସ୍ଥଳରେ ପହଞ୍ଚି ଆନ୍ଦୋଳନକୁ ସମର୍ଥନ ଜଣାଇବା ସହ ଏଥିରେ ସାମିଲ ହୋଇଥିଲେ।

ରାଷ୍ଟ୍ରୀୟ ହିନ୍ଦୁ ପରିଷଦର ରାଷ୍ଟ୍ରୀୟ ଅଧ୍ୟକ୍ଷ ସନ୍ତୋଷ ଭୋଳ କହିଥିଲେ ଯେ, ସଇଁତଳାବାସୀଙ୍କ ଦୀର୍ଘଦିନର ଏନଏସି ଦାବିକୁ ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ। ଏନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ସହ ଆଲୋଚନା କରି ସଇଁତଳାକୁ ଏନଏସି ମାନ୍ୟତା ପ୍ରଦାନ ଦାବି ସମ୍ପର୍କରେ ଅବଗତ କରାଯିବ ବୋଲି ସେ ପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri