ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଉ

ସମ୍ବଲପୁର,୧ା୨(ବି.ଶଙ୍କର): ସମ୍ବଲପୁରୀ ଲୋକଗୀତ ରଙ୍ଗବତୀ ବିଶ୍ୱର କୋଣ ଅନୁକୋଣରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହି ଗୀତ ସମ୍ବଲପୁର ସମେତ ରାଜ୍ୟ ଓ ଦେଶର ଗୌରବକୁ ବୃଦ୍ଧି କରିଛି। କିନ୍ତୁ ପରିତାପର ବିଷୟ ରଙ୍ଗବତୀ ଗୀତର ଗାୟକ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲଙ୍କୁ ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାର ଅଣଦେଖା କରୁଛନ୍ତି। ଅନ୍ୟ ରାଜ୍ୟରେ କଳାକାରଙ୍କୁ ସମ୍ମାନର ସହ ରାଜ୍ୟ ସଭାକୁ ପ୍ରତିନିଧିତ୍ୱ କରିବାକୁ ସୁଯୋଗ ଦିଆଯାଉଛି। କିନ୍ତୁ ଓଡ଼ିଶାରେ କଳାକାରଙ୍କୁ ଗୁରୁତ୍ୱ ଦିଆଯାଉ ନାହିଁ।

ସମ୍ବଲପୁରୀ ଗାୟକ ସମ୍ରାଟ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲଙ୍କୁ ରାଜ୍ୟ ସଭାକୁ ମନୋନୀତ କରିବାକୁ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ପକ୍ଷରୁ ଦାବି କରାଯାଇଛି। ଗୁରୁବାର ସମ୍ବଲପୁର ସାମ୍ବାଦିକ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପରିଷଦର ଅଧ୍ୟକ୍ଷ ନିହାଲ ସିଂ କହିଛନ୍ତି ଯେ, ଆଗାମୀ ଦିନରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଥିବାବେଳେ ଦଳମତ ନିର୍ବିଶେଷରେ ପଦ୍ମଶ୍ରୀ ଜିତେନ୍ଦ୍ରଙ୍କୁ ରାଜ୍ୟ ସଭା ପାଇଁ ମନୋନୀତ କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛୁ। ଆସନ୍ତା ୧୨ ତାରିଖ ମଧ୍ୟରେ ପଦକ୍ଷେପ ନିଆ ନ ଗଲେ ୧୩ରେ ପରିଷଦ ପକ୍ଷରୁ ପଶ୍ଚିମ ଓଡ଼ିଶାର ସମସ୍ତ କଳାକାର ଓ କଳାପ୍ରେମୀଙ୍କୁ ନେଇ ଆର୍‌ଡିସି କାର୍ଯ୍ୟାଳୟ ଘେରାଉ କରି ଧାରଣା ଦିଆଯିବ। ଖବରଦାତା ସମ୍ମିଳନୀରେ ପରିଷଦର ଉପମହାସଚିବ ଶେଖ ଇନ୍ତେଖାପ, ଜିଲା ସହ ସଂଯୋଜକ ପ୍ରଦିପ କୁମ୍ଭାର ମଞ୍ଚାସୀନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?