ହୋ ଭାଷାକୁ ସରକାରୀ ମାନ୍ୟତା ଦାବି

ବାରିପଦା ଅଫିସ,୧୮ା୧୧: ଓଡ଼ିଶାରେ ହୋ ଭାଷାକୁ ସରକାରୀ ମାନ୍ୟତା ଦାବିରେ ଡ଼ିସେମ୍ବର ୧୬ରୁ ଏକ ବାଇକ୍‌ ରାଲି ଓ ଦସ୍ତଖତ ଅଭିଯାନ ଆରମ୍ଭ କରାଯିବ। ୭ଦିନ ବ୍ୟାପି ରାଲିରେ ଜିଲା ଓ ଉପଖଣ୍ଡସ୍ତରରେ ଦାବିପତ୍ର ପ୍ରଦାନ ପରେ ରାଲି ଭୁବନେଶ୍ୱରରେ ପହଞ୍ଚତ୍ବ। ଏଥିପାଇଁ ମୟୂରଭଞ୍ଜ ଜିଲାର ବହଳଦା ଏବଂ ବାଙ୍ଗରିପୋଷିଠାରୁ ଦୁଇଟି ବାଇକ୍‌ ରାଲି ବାହାରିବ ବୋଲି ଅଖିଳ ଭାରତ ହୋ ଭାଷା କ୍ରିୟାନୁଷ୍ଠାନ କମିଟିର ଜିଲା ସଭାପତି ବିର୍ସା କଣ୍ଡାକେଲ ସୂଚନା ଦେଇଛନ୍ତି। ହୋ ଭାଷା ଆନ୍ଦୋଳନକୁ ଅଧିକ ସକ୍ରିୟ କରାଯିବା ନିମନ୍ତେ କମିଟିି ତରଫରୁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ବହଳଦାରୁ ରଘୁବୀର କଣ୍ଡାକେଲ ବାହିନୀ ଓ ବାଙ୍ଗରିପୋଷିରୁ ମାଣ୍ଡୋ ସରଦାର ବାହିନୀ ଏହି ଦୁଇଟି ରାଲିର ନେତୃତ୍ୱ ନେବେ। ଏହି ସମୟରେ ବିଭିନ୍ନ ସ୍ଥାନରେ ଦସ୍ତଖତ ଅଭିଯାନ ସହିତ ଜିଲା ଏବଂ ଉପଖଣ୍ଡସ୍ତରରେ ଅଧିକାରୀମାନଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଓଡ଼ିଶାରେ ହୋ ଭାଷାକୁ ଦ୍ୱିତୀୟ ରାଜଭାଷାର ମାନ୍ୟତା, ସରକାରୀ ସ୍ତରରେ ବିଭକ୍ତ ହୋ ଭାଷାଭାଷୀମାନଙ୍କୁ ‘ହୋ’ ଜାତି ରୂପେ ଉଲ୍ଲେଖ କରିବା, ୮୦ ପ୍ରତିଶତରୁ ଅଧିକ ହୋ ଭାଷାଭାଷୀ ଛାତ୍ରୀଛାତ୍ର ଥିବା ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ବହୁଭାଷୀ ଶିକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରି ସ୍ବତନ୍ତ୍ର ହୋ ଭାଷା ଶିକ୍ଷକ ନିଯୁକ୍ତ କରିବା, ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ହୋ ଭାଷାରେ ସ୍ନାତକୋତ୍ତର ଏବଂ ଏହାର ଅଧୀନସ୍ଥ ମହାବିଦ୍ୟାଳୟ ଗୁଡ଼ିକରେ ହୋ ଭାଷାରେ ସ୍ନାତକ ପାଠ୍ୟକ୍ରମ ପ୍ରଚଳନ କରିବା, ହୋ ଭାଷାଭାଷୀ ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ହୋ ଭାଷାରେ ମାର୍ଗଦର୍ଶିକା ପୁସ୍ତକ ପ୍ରଚଳନ କରିବା ଆଦି ଦାବି ରହିଛି। ଏହା ସହିତ ହୋ ଭାଷାର ସରକାରୀ ମାନ୍ୟତା, ପ୍ରଗତି, ସଂହତି ଏବଂ ପରମ୍ପରାର ସୁରକ୍ଷା ପାଇଁ ଉକ୍ତ ଅଭିଯାନକୁ ଦଳମତ ନିର୍ବିଶେଷରେ ସମସ୍ତେ ସହଯୋଗ କରିବାକୁ ଅଖିଳ ଭାରତ ହୋ ଭାଷା କ୍ରିୟାନୁଷ୍ଠାନ କମିଟିର ଲକ୍ଷ୍ୟ ରହିଛି ବୋଲି ସଭାପତି କଣ୍ଡାକେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?