କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍‌ ଚଳାଚଳ ଦାବି

ଜି.ଉଦୟଗିରି,୨ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ ତଥା ଗଞ୍ଜାମ ଓ କନ୍ଧମାଳ ଜିଲା ସହ ଯାତାୟାତର ସବୁଠାରୁ ସହଜ ରାଜପଥଟି ଭୂସ୍ଖଳନ ଯୋଗୁ ଦୀର୍ଘଦିନ ହେବ ବନ୍ଦ ରହିଥିଲା। ବହୁଦିନ ପରେ ଅସ୍ଥାୟୀ ରାସ୍ତା ନିର୍ମାଣ କାମ ସରିଛି କିନ୍ତୁ ଗାର୍ଡଓ୍ବାଲ କାମ ଚାଲିଛି। ଦୁଇଦିନ ହେଲା ୨/୪ ଚକିଆ ଯାନ ଚଳାଚଳ ହେଉଥିବା ଦେଖିବାକୁ ମିଳିଛି। ଯାତ୍ରୀବାହୀ ବସ୍‌ ଚଳାଚଳ ନିମନ୍ତେ ପ୍ରଶାସନ ଅନୁମତି ଦେଇନାହାନ୍ତି କିନ୍ତୁ ପେଟ୍ରୋଲ ଟାଙ୍କି ଟ୍ରକ୍‌ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଯାହା ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ କ୍ଷୋଭ ପ୍ରକାଶ ପାଇଛି। ବହୁ ଦିନ ହେଲାଣି ଅଧିକ ବସ୍‌ଭଡ଼ା ସହ ଅଧିକ ସମୟ ଦେଇ ଯାତ୍ରୀ ଯାତାୟାତ କରୁଛନ୍ତି ଯାହା ସିଧାସଳଖ ଖାଉଟିଙ୍କ ପକେଟ ଉପରେ ପ୍ରଭାବ ପଡ଼ୁଛି।

ରବିବାର ସକାଳୁ ବ୍ରହ୍ମପୁରଠାରୁ ବାଲିଗୁଡ଼ା ଆସୁଥିବା ଏକ ବେସରକାରୀ ବସ୍‌ କଳିଙ୍ଗା ଘାଟି ଦେଇ ଆସୁଥିବା ବେଳେ ଭୂସ୍ଖଳନ ହୋଇଥିବା ସ୍ଥାନରେ କାର୍ଯ୍ୟରତ ଶ୍ରମିକ ଅଟକାଇ ଥିବାରୁ କିଛି ସମୟ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଯାହା ଫଳରେ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ୨/୪ ଚକିଆ ଯାନ ସହ ଯଦି ପେଟ୍ରୋଲ ଟାଙ୍କି ଟ୍ରକ୍‌ ଯାତାୟାତ କରିପାରିବ ତେବେ ଯାତ୍ରୀବାହୀ ବସ୍‌ କହିଁକି ଚଳାଚଳ ବନ୍ଦ ରହିଛି ବୋଲି ଯାତ୍ରୀମାନେ ପ୍ରଶ୍ନ କରିବା ସହ ଯାତ୍ରୀବାହୀ ବସ୍‌ ଚଳାଚଳ ନିମନ୍ତେ ପ୍ରଶାସନ ତରଫରୁ ବିଧିବଦ୍ଧ ଘୋଷଣା କରିବାକୁ ଦାବି କରିଛନ୍ତି। ସେପଟେ ଯାତ୍ରୀବାହୀ ବସ୍‌ ଯୋଗେ ବିଭିନ୍ନ ସ୍ଥାନରୁ ପରିବା ଆସୁଥିବା ବେଳେ ବସ୍‌ ଅଧିକ ଦୂର ରାସ୍ତା ଦେଇ ଆସିଲେ ଅଧିକ ଲଗେଜ ଭଡ଼ା ଲାଗୁଥିବା କହିଛନ୍ତି ସ୍ଥାନୀୟ ପରିବା ବ୍ୟବସାୟୀ ଶିବ ସାହୁ। ଯାହା ଫଳରେ ସମସ୍ତ ଆବଶ୍ୟକୀୟ ଜିନିଷ କିଣାବିକାରେ ଜି.ଉଦୟଗିରି ବାସିନ୍ଦା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଜନସାଧାରଣଙ୍କ ଦୈନନ୍ଦିନ ଆବଶ୍ୟକତାକୁ ଦେଖି ଜିଲାପାଳ ବିଧିବଦ୍ଧ ଭାବେ କଳିଙ୍ଗା ଘାଟି ଦେଇ ଯାତ୍ରୀ ପରିବହନ ଯାନବାହନ ଚଳାଚଳ ନିମନ୍ତେ ଘୋଷଣା କଲେ ଅଞ୍ଚଳବାସୀ ଉପକୃତ ହେବେ ବୋଲି ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri