ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ
ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗ ଦଳ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଓ ସାଧାରଣ ଜନତା ଉପସ୍ଥିତ ଥିଲେ।
ଦାବିପତ୍ରରେ ଉଲ୍ଲେଖ କରାଯାଇଛି ଯେ, ୱାକଫ ବିଲ୍‌କୁ ନେଇ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରେ ହିନ୍ଦୁ ମାନଙ୍କ ଉପରେ ନିର୍ଯ୍ୟାତନା ବଢୁଛି। ତେଣୁ ଅନେକ ପରିବାର ଘରଦ୍ୱାର ଛାଡ଼ି ଓଡ଼ିଶାରେ ଆସି ବସବାସ କଲେଣି। ଅନେକ ହିନ୍ଦୁ ଲୋକ ମୃତାହତ ହେଲେଣି। ତେଣୁ ପଶ୍ଚିମବଙ୍ଗ ସରକାରଙ୍କୁ ତୁରନ୍ତ ବରଖାସ୍ତ କରି ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ ବିଶ୍ବହିନ୍ଦୁ ପରିଷଦ ଘୁମୁସର ଜିଲା ପକ୍ଷରୁ ଦାବି କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ବିଶ୍ବ ହିନ୍ଦୁ ପରିଷଦ ଘୁମୁସର ସାଂଗଠନିକ ଜିଲା ସମ୍ପାଦକ ବଟକୃଷ୍ଣ ପଣ୍ଡା, ଜିଲା ସଭାପତି ସୁଧୀର ନାୟକ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମୁରଲୀଧର ପଣ୍ଡା ଏବଂ ଘୁମୁସର ଜିଲା ସଂଘ ଚାଳକ ବନମାଳୀ ଗୈାଡ, ପ୍ରଦୀପ କୁମାର ଆଚାର୍ଯ୍ୟଙ୍କ ସମେତ ରାମକୃଷ୍ଣ ପଣ୍ଡା, ଚନ୍ଦ୍ରକାନ୍ତ ଷଡ଼ଙ୍ଗୀ, ବାସୁଦେବ ନାୟକ, ଶରତ ସୁଆର, ବୁଲୁ ସାହୁ, ନିଳାଦ୍ରୀ ପ୍ରଧାନ, ଅଜୟ କୁମାର ମହାପାତ୍ର, ମାନସ କୁମାର ଜେନା, ନାରାୟଣ ନାୟକ, ଗୁପ୍ତେଶ୍ୱର ସୁବୁଦ୍ଧି ସମେତ ପ୍ରମୁଖ ଉପସ୍ଥିତ ରହି ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ଉପଜଲାପାଳ ତୁରନ୍ତ ଦାବିପତ୍ରଟିକୁ ରାଷ୍ଟ୍ରପତିଙ୍କ ନିକଟକୁ ପ୍ରେରଣ କରିବେ ବୋଲି ଆଶ୍ୱସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?