Posted inଜାତୀୟ

ଆସୁଛି ନିର୍ବାଚନ: ବଢିଲା ହେଲିକପ୍ଟର ଚାହିଦା, ଘଣ୍ଟାପ୍ରତି ଭଡ଼ା ଏତିକି ଟଙ୍କା

ନୂଆଦିଲ୍ଲୀ,୧୦।୩: ନିର୍ବାଚନ ତାରିଖ ଘୋଷଣା ନ ହେବା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହି ସ୍ଥିତିରେ ଘରୋଇ ଚାର୍ଟର୍ଡ ବିମାନ ଏବଂ ହେଲିକପ୍ଟର ଚାହିଦା ମଧ୍ୟ ବଢିବ ବୋଲି ଆଶା କରାଯାଉଛି। ପୂର୍ବ ସାଧାରଣ ନିର୍ବାଚନ ତୁଳନାରେ ଚଳିତ ନିର୍ବାଚନରେ ୪୦ ପ୍ରତିଶତ ବିମାନ ଚାହିଦା ବଢ଼ିପାରେ ବୋଲି ଶିଳ୍ପ ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି।

ଚାର୍ଟର୍ଡ ବିମାନ ଅପେକ୍ଷା ହେଲିକପ୍ଟର ଚାହିଦା ଅଧିକ ରହିବ। କାରଣ ହେଲିକପ୍ଟର ଯୋଗେ ନେତାମାନେ ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ଖୁବ୍‌ କମ୍‌ ସମୟରେ ପହଞ୍ଚି ପାରିବେ। ନିର୍ବାଚନ ବେଳେ ଚାହିଦା ବୃଦ୍ଧି ଯୋଗୁ କେତେଜଣ ନେତା ଚାର୍ଟର୍ଡ ବିମାନ ଏବଂ ହେଲିକପ୍ଟର ଲିଜ୍‌ରେ ନେବେ ବୋଲି କୁହାଯାଉଛି। ଗୋଟିଏ ଚାର୍ଟର୍ଡ ବିମାନର ଘଣ୍ଟାପ୍ରତି ଭଡ଼ା ୪.୫ରୁ ୫.୨୫ ଲକ୍ଷ ଟଙ୍କା ହୋଇଥିବା ବେଳେ ହେଲିକପ୍ଟର ଭଡ଼ା ୧.୫ ଲକ୍ଷ ଟଙ୍କା ରହିଛି।

ଘରୋଇ ବିମାନ ଓ ହେଲିକପ୍ଟର ଚାହିଦା ପୂର୍ବ ନିର୍ବାଚନ ତୁଳନାରେ ୩୦ରୁ ୪୦ ପ୍ରତିଶତ ବଢ଼ିବ ବୋଲି ବିଜିନେସ୍‌ ଏୟାରକ୍ରାଫ୍ଟ ଅପରେଟର୍ସ ଆସୋସିଏଶନ୍‌ର ପରିଚାଳନା ନିର୍ଦ୍ଦେଶକ କ୍ୟାପ୍‌ଟେନ୍‌ ଆର୍‌.କେ. ବାଲି କହିଛନ୍ତି। ସରକାରୀ ତଥ୍ୟ ଅନୁଯାୟୀ ୨୦୨୩ ଡିସେମ୍ବର ସୁଦ୍ଧା ଦେଶରେ ୧୧୨ ନନ୍‌-ସିଡ୍ୟୁଲ୍‌ ଅପରେଟର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri