ଯୋଡ଼ା,୨୮ା୨(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ୨୬ନଂ ଜୋନ ଜିଲା ପରିଷଦ ପ୍ରାର୍ଥୀ, ସରପଞ୍ଚ, ସମିତି ସଭ୍ୟଙ୍କ ଭୋଟ ଗଣତି ଶେଷ ହୋଇଯାଇଛି। ଶନିବାର କେନ୍ଦ୍ରରେ ଭୋଟ ଗଣତି ସମୟରେ ଜଣେ ପୋଲିସ ଅଧିକାରୀ ବେଆଇନ ହସ୍ତକ୍ଷେପ କରିଥିବାରୁ ପୁନଃ ଭୋଟ ଗଣତି କରିବାକୁ ନିର୍ବାଚନ ଅଧିକାରୀଙ୍କ ଠାରେ ଭଦ୍ରାସାହି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାସନ୍ତୀ ନାଏକ ଦାବି କରିଛନ୍ତି। ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଭୋଟ ଗଣତି କେନ୍ଦ୍ରରେ ବଡ଼ବିଲ ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ ଅନଧିକାର ପ୍ରବେଶ କରି ବାଲାଟ ପେପରକୁ ଏପଟ ସେପଟ କରିଥିଲେ। ଏଥିରେ ତାଙ୍କ ଏଜେଣ୍ଟ ମାନେ ବିରୋଧ କରିବାରୁ ସେମାନଙ୍କୁ ବାହାରିଯିବା ପାଇଁ ସେ ଧମକ ଦେଇଥିଲେ। ଯାହା ଫଳରେ ସେ ୬ଟି ଭୋଟରେ ହାରି ଯାଇଥିବା ଦର୍ଶାଇ ପୁନଃ ଗଣତି ପାଇଁ ନିବେଦନ କରିଛନ୍ତି। ବଡ଼ବିଲ ଆଇଆଇସି ଦାସ ଏବିଷୟରେ କିଛି ଜାଣି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri