ଜବରଦଖଲ ଉଚ୍ଛେଦ ପାଇଁ ଦାବି: ତହସିଲ କାର୍ଯ୍ୟାଳୟକୁ ଆସି ଫେରାଦ ଦେଲେ ଗ୍ରାମବାସୀ

ଅମରପାଲି,୭।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଜଟେସିଂହା ପଞ୍ଚାୟତର କୁଡ଼ାପଡ଼ା ଗ୍ରାମରେ ବ୍ୟାପକ ଭାବେ ସରକାରୀ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି । ଏଥିଯୋଗୁ ଯିବାଆସିବା ତଥା ରାସ୍ତାଘାଟ ଆଦି ବିଭିନ୍ନ କ୍ଷେତ୍ରରେ ଗ୍ରାମବାସୀ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏଥିପାଇଁ ଗ୍ରାମବାସୀ ଏକ ବୈଠକ କରି ସ୍ବତଃପ୍ରବୃତ୍ତ ଭାବରେ ନିଜେ ନିଜେ ଜବରଦଖଲ କରିଥିବା ସରକାରୀ ଜମି ଛାଡ଼ିଦେବାକୁ ନିଷ୍ପତ୍ତି ନେଇଛନ୍ତି । ଗ୍ରାମବାସୀ ସରକାରୀ ଜମି ଚିହ୍ନଟ ଓ ଉଚ୍ଛେଦ ପାଇଁ ଦାବି କରି ସୋମବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଆସି ତହସିଲଦାରଙ୍କ ଠାରେ ଫେରାଦ ଦେଇଥିବା ଜଣାପଡ଼ିଛି। ଗ୍ରାମବାସୀ ଯଥାଶୀଘ୍ର ଗ୍ରାମର ସମସ୍ତ ଗୋଚର, ଅନାବାଦୀ ଆଦି ସରକାରୀ ଜମିଗୁଡ଼ିକୁ ଚିହ୍ନଟ ଓ ଉଚ୍ଛେଦ କରାଯିବାକୁ ଦାବି କରିଥିଲେ । ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ସ୍ବାଗତ ପଣ୍ଡା ଦାବିପତ୍ର ଗ୍ରହଣ କରିଥିଲେ ଓ ତହସିଲଦାରଙ୍କ ସହ ଆଲୋଚନା କରି ଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ ପାଇଁ ପ୍ରତିଶ୍ରୁତି ଦେଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି । ଗ୍ରାମର ସଞ୍ଜୀବ କୁମାର ବିଶାଳ, କଳାକାହ୍ନୁ ବିଶାଳ, ବିଦେଶୀ ବିଶାଳ, ଜ୍ୟୋତିଲାଲ ବିଶାଳ, ବସନ୍ତ ପଧାନ,ଝରିଆ ସାହୁ ପ୍ରମୁଖଙ୍କ ସମେତ ଶତାଧିକ ବ୍ୟକ୍ତି ଦାବିପତ୍ର ଦେବାକୁ ଆସିଥିଲେ।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri