ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛି କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଭବାନୀପାଟଣାରେ ଦଳ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଜିଲା କଂଗ୍ରେସ ସଭାପତି ଭାରତ ଭୂଷଣ ବେମାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓ ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ ନେତୃତ୍ୱ ନେଇଥିଲେ। ଶୋଭାଯାତ୍ରା ସ୍ଥାନୀୟ ରେଳ ଷ୍ଟେଶନ ନିକଟ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତିମୂର୍ତ୍ତିଠାରୁ ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ହୋଇଥିଲା। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲ। ଏଥିରେ ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ବାବା ସାହେବଙ୍କୁ ଅପମାନିତ କରିଥିବାରୁ କ୍ଷମା ପାର୍ଥନା କରନ୍ତୁ ନଚେତ ମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ। ଯଦି ସେ ଇସ୍ତଫା ନ ଦେଲେ କଂଗ୍ରେସ ପକ୍ଷରୁ ବିରାଟ ଜନଆନ୍ଦୋଳନ କରାଯିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଏହି ସମୟରେ ଜିଲା ଉପସଭାପତି ଉଚ୍ଛବ ସାହୁ, ଇନ୍ଦ୍ରଜିତ ମହାକୁଡ, ଦ୍ରୌପଦୀ ମାଝୀ, ସୁବାସ ଚନ୍ଦ୍ର ପ୍ରଧାନ, ଜଳନ୍ଧର ନାୟକ, ପ୍ରେମଲାଲ ସାଗର, ରାମ ଜୈନ, ସରୋଜ ବାଗ, ରାହସ ସାହୁ, ସଚିନ ନାୟକଙ୍କ ସମେତ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri