ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ ମିଳିଛି। କଂଗ୍ରେସ, ସିପିଆଇ ଓ ସିପିଆଇ(ଏମ) ପକ୍ଷରୁ ବନ୍ଦକୁ ସମର୍ଥନ କରାଯାଇଥିବା ବେଳେ ରମ୍ଭା ସହରରେ ଦୋକାନବଜାର ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିଥିଲା। ଇଣ୍ଡିଆ ବ୍ଲକ ପକ୍ଷରୁ ଖଣି ଓ ଖଣିଜ ସଂଶୋଧନ ଆଇନ ବାତିଲ, ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରାଯାଇଛି।
ବନ୍ଦ ଯୋଗୁ ରମ୍ଭା ସହରର ସମସ୍ତ ବ୍ୟାଙ୍କ, ସ୍କୁଲ, କଲେଜ, ଡାକଘର ଓ ଏନଏସି କାର୍ଯ୍ୟାଳୟ ବନ୍ଦ ରହିଥିଲା। ସେହିପରି ସହରର ପ୍ରାୟ ସମସ୍ତ ଦୋକାନବଜାର ମଧ୍ୟ ବନ୍ଦ ରହିବାରୁ ସାଧାରଣ ଜନଜୀବନ ପ୍ରଭାବିତ ହୋଇଥିଲା। ବନ୍ଦକୁ ସଫଳ କରିବା ପାଇଁ ଇଣ୍ଡିଆ ବ୍ଲକର ବିଭିନ୍ନ ଦଳର ନେତା ଓ କର୍ମୀମାନେ ଅଞ୍ଚଳରେ ସକ୍ରିୟ ରହିଥିଲେ। ପ୍ରାକ୍ତନ ଜିଲ୍ଲା ପରିଷଦ ସଭ୍ୟ ତଥା ସିପିଆଇ(ଏମ) ଜିଲା ସମ୍ପାଦକମଣ୍ଡଳୀ ସଦସ୍ୟ ପି. ହରିକୃଷ୍ଣ ରେଡ୍ଡୀ, ସିପିଆଇ ଜୋନାଲ ସମ୍ପାଦକ ଭାସ୍କର ପାତ୍ର, କଂଗ୍ରେସ ନେତା ଚକ୍ରଧର ବେହେରା, ସୁଜ୍ଞାନୀ ପଟ୍ଟନାୟକ, ସିପିଆଇ ନେତା ନାରାୟଣ ନାୟକ, କାଉନସିଲର କ୍ଷେତ୍ରମୋହନ ବେହେରା, ରଜନୀକାନ୍ତ ବେହେରା, ଏନ. ମାଧବ ରାଓ ପ୍ରମୁଖ ବନ୍ଦ ପାଳନରେ ସାମିଲ ହୋଇଥିଲେ।

ସେହିପରି ସିପିଆଇ(ଏମ) ନେତା ଯୋଗେଶ ଚନ୍ଦ୍ର ସାହୁ, ଗୋବର୍ଧନ ପାହାନ, ପଦ୍ମନାଭ ପ୍ରଧାନ, ପ୍ରଭାକର ବେହେରା, ରଘୁନାଥ ବେହେରା ଓ ବିଶ୍ୱନାଥ ପ୍ରଧାନଙ୍କ ସମେତ ବହୁ ନେତା ଓ କର୍ମୀ ବନ୍ଦରେ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ, ହୁମା ଅଞ୍ଚଳରେ ମଧ୍ୟ ଓଡ଼ିଶା ବନ୍ଦର ପ୍ରଭାବ ଦେଖାଯାଇଥିଲା। ସିପିଆଇ(ଏମ) ନେତା ଯୋଗେଶ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ଅଞ୍ଚଳର ବିଭିନ୍ନ ବ୍ୟାଙ୍କ, ଡାକଘର ଓ ଲବଣ ବିଭାଗ ସମେତ ଅନ୍ୟାନ୍ୟ ପ୍ରତିଷ୍ଠାନ ବନ୍ଦ ରହିଥିଲା। ବନ୍ଦ ପାଳନକୁ ନେଇ ରମ୍ଭା ଓ ହୁମା ଅଞ୍ଚଳରେ ଇଣ୍ଡିଆ ବ୍ଲକର କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?