୫ ଗ୍ରାମକୁ ରାଜସ୍ବ ଗ୍ରାମ ମାନ୍ୟତା ଦାବି

କେନ୍ଦୁଝର,୧୨ା୯(ସ୍ବ.ପ୍ର.): ହାଟଡିହି ବ୍ଲକ ଅନ୍ତର୍ଗତ ହଦଗଡ଼ ସଂରକ୍ଷିତ ଜଙ୍ଗଲ ପରିସରରେ ଥିବା କଅଁଳେଇ ବାଲିପାଳ ପଞ୍ଚାୟତର ମଲ୍ଲିପଶି, ସରମଣ୍ଡି, କଅଁଳେଇ ବାଲିପାଳ, ମୟୁରନଚା ଓ ଭଅଁରା ଜଙ୍ଗଲ ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବାକୁ ପଞ୍ଚାୟତବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି। ସ୍ଥାନୀୟ ସରପଞ୍ଚ ଓ ପ୍ରତ୍ୟେକ ଜଙ୍ଗଲ ଗ୍ରାମର ଓ୍ବାର୍ଡମେମ୍ବର, ଜଙ୍ଗଲ କମିଟି ସଦସ୍ୟ ତଥା ଗ୍ରାମବାସୀ ଜିଲାପାଳ ଆଶିଷ ଠାକରେଙ୍କୁ ଲିଖିତ ଭାବେ ଜଣାଇ ଦାବି କରିଛନ୍ତି। ଜଙ୍ଗଲ ଅଧିକାର ଆଇନ ୨୦୦୬ ଅନୁଯାୟୀ ସମସ୍ତ ଜଙ୍ଗଲ ଗ୍ରାମ ଓ ପୁରାତନ ବସତି, ସର୍ବେକ୍ଷଣ ହୋଇନଥିବା ଗ୍ରାମ ତଥା ଜଙ୍ଗଲ ମଧ୍ୟରେ ଥିବା ଗ୍ରାମଗୁଡିକୁ ରାଜସ୍ବ ଗ୍ରାମର ପରିବର୍ତ୍ତନ ଓ ବନ୍ଦୋବସ୍ତର ଅଧିକାର ଦେବା ବ୍ୟବସ୍ଥା ରହିଛି। ତେବେ ଏନେଇ ପ୍ରଶାସନ ପକ୍ଷରୁ କାୈଣସି ପଦକ୍ଷେପ ନିଆନଯିବାରୁ ସେମାନେ ଜାତୀୟ ଏସ୍‌ଟି କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହଦଗଡ଼ ଜଳଭଣ୍ଡାର ଦ୍ୱାରା କ୍ଷତିଗ୍ରସ୍ତ ହୋଇ ଜମିଜମା, ଘରବାଡି ହରାଇ ଜଙ୍ଗଲାଞ୍ଚଳରେ ଦୀର୍ଘ ପ୍ରାୟ ୫୦ବର୍ଷ ଧରି ଏଣେତେଣେ ପୂର୍ବଗ୍ରାମ ନାମରେ ରହିଆସୁଥିଲେ ହେଁ ସେସବୁ ଗ୍ରାମକୁ ବାରମ୍ବାର ଦାବି ସତ୍ୱେ ଏବଂ ଗ୍ରାମସଭା ନିଷ୍ପତି ସତ୍ୱେ ରାଜସ୍ବ ଗ୍ରାମର ମାନ୍ୟତା ମିଳୁନଥିବାରୁ ଅବହେଳିତ ଜୀବନ କାଟୁଛନ୍ତି। ଫଳରେ ସେମାନଙ୍କୁ ମାୈଳିକ ସୁବିଧା ସୁଯୋଗ ମିଳୁନାହିଁୂ ବୋଲି କଅଁଳେଇ ବାଲିପାଳ ଗ୍ରାମର ବୁଧିରାମ ପୂର୍ତ୍ତି କହିଛନ୍ତି।
ଏହି ପାଞ୍ଚଟି ଗ୍ରାମରେ ସମୁଦାୟ ୭୬୦ ପରିବାର ବସବାସ କରୁଥିବା ବେଳେ ସେମାନଙ୍କ ନାମରେ ପ୍ରାୟ ୧ ରୁ ୧୦ ଏକର ପର୍ଯ୍ୟନ୍ତ ଜଙ୍ଗଲଜମି ଅଧିକାର ରହିଥିବା ଜଣାପଡିଛି। ତେବେ ଉକ୍ତ ଜମି ଉପରେ କାୈଣସି ଘରବାଡି ନ ଥିବାରୁ ଭୂମିହୀନ ଜୀବନ କାଟୁଛନ୍ତି।
ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କା ଘର ଯୋଜନାରେ ସୁଫଳ ପାଇନଥିବାରୁ ଭଙ୍ଗାଦଦରା ଘରେ ବିପଦପୂର୍ଣ୍ଣ ଅବସ୍ଥାରେ ରହୁଥିବା କହିଛନ୍ତି।
ପିଲାମାନେ ଉଚ୍ଚ ଶିକ୍ଷାରୁ ବଞ୍ଚତ୍ତ ରହୁଛନ୍ତି।ଏଣୁ ପଦକ୍ଷେପ ଗ୍ରହଣ କରି ନିୟମାନୁଯାୟୀ ରାଜସ୍ବ ଗ୍ରାମର ମାନ୍ୟତା ଦେଇ ଉକ୍ତ ଅଞ୍ଚଳ ତଥା ସେମାନଙ୍କ ବିକାଶ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?