ଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ୱର,୨୮।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି। ଏପରିକି ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ ଦାବି କରାଯାଇଛି।

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ ଆସିଛନ୍ତି । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉ ନାହିଁ ବୋଲି ପ୍ରମିଳା କହିଥିଲେ।

ଏହି ଅବସରରେ ବିଧାୟକ ଭାସ୍କର ମଢେଇଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଥିଲା। କମିଟିର ବୈଠକରେ ନିଷ୍ପତ୍ତି ନିଆଯାଇ ରିପୋର୍ଟ ଦିଆଯାଇଛି। ରିପୋର୍ଟକୁ କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି କରାଯାଇଛି। ବିଧାୟକଙ୍କ ଦରମା ବଢିବା ଆବଶ୍ୟକ ରହିଛି। ୨୦୧୭ରେ ଶେଷ ଥର ପାଇଁ ଦରମା ବଢି ଥିଲା। ୨୦୨୫ ହେଲାଣି ଦରମା ବଢିବା ଦରକାର ବୋଲି ପ୍ରମିଳା କହିଛନ୍ତି।

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ଦାବିକୁ ଦୋହରାଇଛନ୍ତି ଭାଜପା ବିଧାୟକ । ଭାଜପା ବିଧାୟକ ପୂର୍ଣ୍ଣ ସେଠୀ ମଧ୍ୟ ସମାନ ଦାବି ଉଠାଇ କହିଛନ୍ତି, ମୁଁ ପୂର୍ବତନ ବିଧାୟକ ଭାବେ ଭୁକ୍ତଭୋଗୀ। କେତେ ଅସୁବିଧା ହେଉଛି ମୁଁ ନିଜେ ଅନୁଭବ କରିଛି । ସରକାରୀ କର୍ମଚାରୀଙ୍କ ପାଇଁ ବେତନ କମିଶନ ଅଛି କିନ୍ତୁ ବିଧାୟକଙ୍କ ପାଇଁ କେହି ନାହାନ୍ତି। କେବଳ ଆମର ମଢେଇ କମିଟି ସାହା ଭରସା । ତେଣୁ ମୁଁ ଦାବି କରୁଛି ବାଚସ୍ପତି ଭାସ୍କର ମଢେଇଙ୍କ କମିଟିର ସୁପାରିସକୁ ଗ୍ରହଣ କରି ସରକାର ଜୁନ ମାସରୁ ପିଛିଲା ଭାବେ ଦରମା ବୃଦ୍ଧି ଲାଗୁ କରନ୍ତୁ ବୋଲି ସେ କହିଛନ୍ତି।

ଦରମା ବୃଦ୍ଧି ନେଇ କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ ଉଦ୍‌ବେଗ ପ୍ରକାଶ କରିଛନ୍ତି, ପୂର୍ବତନ ବିଧାୟକଙ୍କ ଅବସ୍ଥା ବେଶ ଶୋଚନୀୟ । ଚଳିବାକୁ ଭାରି କଷ୍ଟ ହେଉଛି । କିଛି ପୂର୍ବତନ ବିଧାୟକଙ୍କ ଘର ଖଣ୍ଡେ ନାହିଁ । ୧୨ ମାସର ୧୩ ପର୍ବରେ ବିଧାୟକ ସାମିଲ ହେଉଛନ୍ତି । ବିଧାୟକଙ୍କୁ ସବୁ ଦେବାକୁ ପଡୁଛି । ଗୋଟିଏ କାର୍ଯ୍ୟକ୍ରମରେ ସାମିଲ ହେବାକୁ ହେଲେ ୨୦ ହଜାର ଖର୍ଚ୍ଚ ହେଉଛି । ବିଧାୟକଙ୍କ ଅବସ୍ଥା ଶୋଚନୀୟ । ଆମ ରାଜ୍ୟରେ ବିଧାୟକଙ୍କ ଦରମା ଓ ଭତ୍ତା ଅନ୍ୟ ରାଜ୍ୟଠାରୁ କମ । କମିଟି ରିପୋର୍ଟକୁ କାର୍ଯ୍ୟକାରୀ କରାଯାଉ ବୋଲି ସେ ଦାବି କରିଛନ୍ତି।

ବିଧାୟକ ପୂର୍ଣ୍ଣ ସେଠୀଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି ଭାଜପା ବିଧାୟକ ପଦ୍ମ ଲୋଚନ ପଣ୍ଡା କହିଛନ୍ତି, ପୂର୍ବତନ ବିଧାୟକଙ୍କ ଅବସ୍ଥା ଦେଖିଲେ ଖରାପ ଲାଗୁଛି । ଲବିରେ ୬୦ରୁ ୭୦ ବିଧାୟକ ବସିଛନ୍ତି ତାଙ୍କ କଥା କହିବା ପାଇଁ । ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ କ୍ଷେତ୍ରରେ ଆମ ରାଜ୍ୟ ୨୭ ନମ୍ବରରେ ରହିଛି । ତେଣୁ ତୁରନ୍ତ ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri