କେନ୍ଦୁଝର,୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ଅରାଧ୍ୟ ଶ୍ରୀଶ୍ରୀ ବଳଦେବଜିଉଙ୍କ ଜମିକୁ ଜବରଦଖଲ ଉଚ୍ଛେଦ କରିବାକୁ ଦାବି ହୋଇଛି। ଏ ନେଇ ଗୁରୁବାର ସ୍ଥାନୀୟ ଅଧିବାସୀଙ୍କ ସହ କାଉନ୍ସିଲର ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ମନ୍ଦିରଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ବଳଦେବଜିଉଙ୍କ ରେକର୍ଡ ଭୁକ୍ତ ଧନୁର୍ଯ୍ୟୟପୁର ମୌଜାର ଖତିୟାନ ନଂ. ୧୧୬ ଓ ପ୍ଲଟ ନଂ. ୪୭୩ ଖାସମାହାଲ ଜମି ( ବାଘୁଆବେଡ଼ା)ରେ ଥିବା ୩ ଏକର ୮୦ ଡେସିମିଲ ମଧ୍ୟରୁ ପ୍ରାୟ ଦେଡ଼ ଏକର ଜମିକୁ ୩ ଜଣ ବ୍ୟକ୍ତି ଦଖଲକରି ରଖିଛନ୍ତି। ଜମିରେ ଘର, ବଗିଚା, ପୋଖରୀ, ଗୋଶାଳ, କୁକୁଡ଼ା ଘର ନିର୍ମାଣ କରାଯାଉଥିଲେ ହେଁ ପ୍ରଶାସନ ଚୁପ ରହିଛି। ମନ୍ଦିର ନିକଟରେ ଠାକୁରଙ୍କ ଜମିର ଅବସ୍ଥା ଏଭଳି ହୋଇ ଥିବା ବେଳେ ଜିଲା ବାହାରେ ଠାକୁରଙ୍କ ମୂଲ୍ୟବାନ ଜମିକୁ ଦେବୋତ୍ତର ବିଭାଗ କିପରି ସୁରକ୍ଷା କରୁଛି ବୋଲି ସ୍ଥାନୀୟ ଲୋକେ ପ୍ରଶ୍ନ କରିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ କାଉନସିଲର ନିହାର ରଞ୍ଜନ ଦାସ, ସ୍ଥାନୀୟ ବାସିନ୍ଦା ସନତ ସାହୁ, ମୀତା ମହାନ୍ତି, ମୀନା ପଲେଇ, ପଙ୍କଜ ଦ୍ୱିବେଦୀ, ନବକିଶୋର ସାହୁଙ୍କ ସମେତ ବହୁ ବରିଷ୍ଠ ନାଗରିକ ଠାକୁରଙ୍କ ଜମିର ସୁରକ୍ଷା ଦାବି କରିଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…
କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…
ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….
ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…
ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ
ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…
ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ
ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…
ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ
କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…
ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…
ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…
ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…
ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…
ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ
ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…
Archives

