ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର କାରଗିଲ ସହିଦ ଭବନରେ ଗ୍ରାହକ ଦିବସ ପାଳନ ହୋଇଯାଇଛି । ଭଞ୍ଜନଗର ଉପଖଣ୍ଡ ଅତିରିକ୍ତ ଯୋଗାଣ ଅଧିକାରୀ ଶୁଭରାଜ ସାମନ୍ତରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ ଯେ ଖାଉଟି ସଚେତନ ହେଲେ ସେମାନେ ଠକେଇର ଶିକାର ହେବେ ନାହିଁ । ତେଣୁ ଗ୍ରାହକମାନେ ପ୍ରଥମେ ସଚେତନ ହେବାକୁ ପଡିବ। ନୀତି ନିୟମ ଜାଣିବା ଦରକାର ବୋଲି କହିଥିଲେ।

ସମ୍ମାନୀୟ ଅତିଥି ଭାବେ ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ଯୋଗଦେଇ ଡିଜିଟାଲ ଭାରତ ଯୋଜନାରେ ଇ ସେବା ମାଧ୍ୟମରେ ଗ୍ରାହକ ମାନେ ଟଙ୍କା କାରବାର କରିବା ଉପରେ ଗୁରୁତ୍ବ ଦେଇଥିଲେ । ବ୍ୟାଙ୍କ, ବୀମା, ବିଦ୍ୟୁତ, ମୋବାଇଲ, ଇଣ୍ଟରନେଟ୍, ଶିକ୍ଷା, ସ୍ୱାସ୍ଥ୍ୟ,ଡାକ, ଷ୍ଟକ ବଜାର,ରେଲ ଓ ବିମାନ , ପରିବହନ ସେବାରେ ଯାତ୍ରୀମାନେ ଅନେକ ସମୟରେ ଠକେଇର ଶିକାର ହେଉଛନ୍ତି। ଭଞ୍ଜନଗର ପେଟ୍ରୋଲ ପମ୍ପ ରେ ଫ୍ରି ଏୟାର ସେବା ମିଳୁନାହିଁ। ପରିସ୍ରାଗାର, ଲେଟିନ ସଫା ରହୁନାହିଁ। ଏଥିପ୍ରତି ପେଟ୍ରୋଲ ପମ୍ପ ମାଲିକ୍ମାନେ ଦୃଷ୍ଟି ଦେଉନାହାନ୍ତି। ସହରରେ ଥିବା ହୋଟେଲ ଗୁଡିକରେ ନିମ୍ନ ମାନର ଖାଦ୍ୟ ବିକ୍ରି ହେଉଛି। ବିଭିନ୍ନ ହୋଲସେଲ ଦୋକାନରେ ମଧ୍ଯ ନିମ୍ନ ମାନର ଜିନିଷ ବିକ୍ରି ହେଉଛି। ଔଷଧ ଦୋକାନରେ ମଧ୍ଯ ଏହି ସମସ୍ୟା।

ସହରର ଅଧିକାଂଶ ସ୍ଥାନରେ ନକଲି ଜିନିଷ ବିକ୍ରି ହେଉଛି। ଖାଦ୍ୟ ଇନ୍ସପେକ୍ଟର ନିଜ ଦାୟିତ୍ୱ ସୁଚାରୁପେ ତୁଲାଉ ନାହାନ୍ତି। ଫଳରେ ନକଲି ଜିନିଷରେ ଅସଲି ଗ୍ରାହକ ଠକେଇ ଶିକାର ହେଉଛନ୍ତି । ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାପାଇଁ ବୈଠକରେ କିଛି ବକ୍ତା ଦାବି କରିଥିଲେ। ବୋର୍ଡ ସମ୍ପାଦକ ପ୍ରକାଶ ସାହୁ ତାଲିମ ଦେଇ ଗ୍ରାହକ ମାନଙ୍କୁ ମିଳୁଥିବା ସୁବିଧା ଏବଂ ଅନ୍ୟାନ୍ୟ ବିଷୟରେ ସଚେତନ କରାଇଥିଲେ। ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ପାଇଁ ଅଧିକାଂଶ ବକ୍ତା ଦାବୀ କରିଥିଲେ। ସ୍ମାର୍ଟ ମିଟରକୁ ମଧ୍ଯ ବିରୋଧ କରାଯାଇଥିଲା । ଗ୍ରାହକ ପଞ୍ଚାୟତ ସଭାପତି ତ୍ରିନାଥ ଗୌଡ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri