ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି

ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଦର୍ଶାଯାଇଛି, ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବଇଣ୍ଡା ମେଡିକାଲରେ ଆବଶ୍ୟକ ଯନ୍ତ୍ରପାତି କିମ୍ବା ପର୍ଯାପ୍ତ ଶଯ୍ୟା ନ ଥିବା ଯୋଗୁ ଏହି ଅଞ୍ଚଳର ରୋଗୀମାନେ ୪୫ କି.ମି ଦୂରରେ ଥିବା ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ଫଳରେ ଗରିବ ଶ୍ରେଣୀର ଲୋକେ ଠିକ୍‌ ଭାବେ ସେବା ପାଇପାରୁନାହାନ୍ତି। ବଇଣ୍ଡା ମେଡିକାଲକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ପୂର୍ବରୁ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ି ସୁଫଳ ମିଳୁନାହିଁ। ସେହିପରି ବଇଣ୍ଡାଠାରେ ଥିବା ଫାଣ୍ଡିରେ ଆବଶ୍ୟକ ପୋଲିସ କର୍ମଚାରୀ ନ ଥିବାରୁ ଲୋକେ ଠିକ୍‌ ଭାବେ ସେବା ପାଇ ପାରୁନାହାନ୍ତି। ଫଳରେ ସେମାନେ ହଣ୍ଡପା ଥାନା ଉପରେ ନିର୍ଭର କରୁଛନ୍ତି। ବଇଣ୍ଡା ଫାଣ୍ଡିକୁ ଥାନାରେ ପରିଣତ କରିବା ସହ ଆବଶ୍ୟକ କର୍ମଚାରୀ ଯୋଗାଇ ଦେବା ପାଇଁ ପୂର୍ବରୁ ପୋଲିସ ଡିଜିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ବଇଣ୍ଡା ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ତୁରନ୍ତ ଅଞ୍ଚଳବାସୀଙ୍କ ଦାବି ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଏଥିପ୍ରତି ସରକାର ପଦକ୍ଷେପ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?