ତେଜିଲା ନ୍ୟାୟ ପ୍ରଦାନ ଦାବି: ୧୭ ଘଣ୍ଟା ପରେ ଛାତ୍ରୀଙ୍କ ମୃତଦେହ ନେଲେ ପରିବାର

ଉଦଳା,୧୩ା୪(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶାଳଖୁଣ୍ଟା ଏସ୍‌ଏସ୍‌ଡି ଆଶ୍ରମ ବିଦ୍ୟାଳୟରେ ରବିବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମାତ୍ର ୩ ଫୁଟ୍‌ ଉଚ୍ଚରେ ଥିବା ବାଉଁଶରୁ ତାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଦୁନିଆ କ’ଣ ଭଲଭାବେ ଜାଣି ନ ଥିବା ଜଣେ କୋମଳମତି ଛାତ୍ରୀ ଆତ୍ମହତ୍ୟା କରିବା କଥାକୁ କେହି ଗ୍ରହଣ କରିପାରୁନାହାନ୍ତି। ତାଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦିଆଯାଇଥିବା ମୃତା ଛାତ୍ରୀଙ୍କ ବାପା ସୁଶାନ୍ତ ମଢ଼େଇ ଥାନାରେ ଅଭିଯୋଗ କରିଛନ୍ତି।

ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା(ନଂ.୧୪୦/୨୫) ରୁଜୁ କରି ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ନ୍ୟାୟ ପ୍ରଦାନ ଦାବିରେ ପରିବାର ଲୋକେ ମୃତଦେହ ନେଇ ନ ଥିଲେ। ଫଳରେ ୧୭ ଘଣ୍ଟାରୁ ଅଧିକ ହେବ ମେଡ଼ିକାଲରେ ମୃତଦେହ ପଡ଼ି ରହିଥିଲା। ବିଭାଗୀୟ ଅଧିକାରୀଙ୍କ ବୁଝାଶୁଝା ସହ ୨ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାର ପ୍ରତିଶ୍ରୁତି ଦେବାପରେ ପରିବାର ଲୋକେ ମୃତଦେହ ଘରକୁ ନେଇଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣାର ଉର୍ଚ୍ଚସ୍ତରୀୟ ତଦନ୍ତ ଦାବି କରିଶ୍ର ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ତୁରନ୍ତ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ପରିବାର ଲୋକେ ଦାବି କରିଛନ୍ତି।

ଜିଲା ମଙ୍ଗଳ ଅଧିକାରୀ ଗୁରୁ ଚରଣ ମଲ୍ଲିକ, ଉଦଳା ବିଡିିଓ ସମରଜିତ କର, ପ୍ରକଳ୍ପ ପ୍ରଶାସକ ନରେନ୍ଦ୍ର ଖମାରି, ତହସିଲଦାର ସୁପ୍ରଭା ଦାସଙ୍କ ସମେତ ଶିଶୁ ମଙ୍ଗଳ ଅଧିକାରୀ ପହଞ୍ଚି ମୃତା ଛାତ୍ରୀଙ୍କ ପରିବାର ବର୍ଗଙ୍କ ସହିତ ଆଲୋଚନା କରିଥିଲେ।

ସୂଚନା ଅନୁଯାୟୀ, ଶାଳଖୁଣ୍ଟା ଏସ୍‌ଏସ୍‌ଡି ବିଦ୍ୟାଳୟରେ କପ୍ତିପଦା ବ୍ଲକ ଅଧୀନ ପଦ୍ମପୋଖରୀ ଗଁାର ସୁଶାନ୍ତଙ୍କ ଝିଅ କାନ୍ଦରୀ(୮) ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିଲେ। ବିଦ୍ୟାଳୟର ସମସ୍ତ ଛାତ୍ରୀ ଖାଦ୍ୟ ଖାଇବା ପାଇଁ ଯାଉଥିଲେ। ଏହି ସମୟରେ କାନ୍ଦରୀଙ୍କ ମୃତଦେହ ୩ ଫୁଟ୍‌ ଉଚ୍ଚ ଏକ ବାଉଁଶରେ ଝୁଲୁଥିବା ସାଙ୍ଗମାନେ ଦେଖିଥିଲେ।

ଖବରପାଇ ହଷ୍ଟେଲ ମାଟ୍ରୋନ ଦୁଲାରୀ ହଁାସଦା ପହଞ୍ଚି ଅନ୍ୟ ଛାତ୍ରୀମାନଙ୍କ ସହିତ ମିଶି କାନ୍ଦରୀଙ୍କୁ ଉଦ୍ଧାର କରିଥିଲେ। ପରେ ପ୍ରଧାନଶିକ୍ଷକ ବୃନ୍ଦାବନ ପୃଷ୍ଟି ଏବଂ ମାଟ୍ରୋନ କାନ୍ଦରୀଙ୍କୁ ଉଦଳା ହସ୍ପିଟାଲ ଆଣିଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଲୋକେ ଡାକ୍ତରଖାନାରେ ପହଞ୍ଚି ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଥିଲେ। ଏନେଇ ଡାକ୍ତରଖାନା ପରିସରରେ ଚାପା ଉତ୍ତେଜନା ମଧ୍ୟ ଦେଖିବାକୁ ମିଳିଥିଲା। ଏପରିକି ହଷ୍ଟେଲ କର୍ତ୍ତୃପକ୍ଷ, ମାଟ୍ରୋନ ଏବଂ ପ୍ରଧାନ ଶିକ୍ଷକଙ୍କ ଅବହେଳା ପାଇଁ ଏଭଳି ଘଟଣା ଘଟିଥିବା ମୃତା ଛାତ୍ରୀଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri