ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ଡିଭିଜନ ମାନ୍ୟତା ଦାବି, ପୂରଣ ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ

ପାଟଣା,୮ା୯(ବୀରକିଶୋର ଦାଶ):  ରାଜ୍ୟରେ କେତୋଟି ନୂଆ ସବ୍‌ଡିଭିଜନ ଖୋଲା ଯିବା ନେଇ ବିଧାନସଭାରେ ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏସଂକ୍ରାନ୍ତରେ ୬୪ଟି ଦାବିପତ୍ର ହସ୍ତଗତ ହୋଇଥିବା ଗୃହକୁ ସୂଚନା ଦେବା ପରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ଏଥିରେ ସାମିଲ କରିବାକୁ ଦାବି ଜୋର ଧରିଛି।

ଏନେଇ ପାଟଣା ସହରପଡ଼ା ବିକାଶ ମଞ୍ଚ ପକ୍ଷରୁ ରବିବାର ପାଟଣା ବ୍ଲକ ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବମନ୍ଦିର ପରିସରରେ ଦଳମତ ନିର୍ବିଶେେରେ ଅଞ୍ଚଳର ନିର୍ବାଚିତ ଲୋକ ପ୍ରତିନିଧି, ବିରୋଧୀଦଳ ନେତା, ବୁଦ୍ଧିଜୀବୀ, ଯୁବନେତା,ବରିଷ୍ଠ ନାଗରିକ ଓ ରାଜନେତା ଏକାଠି ହୋଇ ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ଡିଭିଜନ ଘୋଷଣା କରିବାକୁ ଅଣ୍ଟା ଭିଡିଛନ୍ତି। ଏନେଇ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବା ପରେ ବିଭିନ୍ନ ଫୋରମ୍‌ରେ ଆନ୍ଦୋଳନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।
ଏନେଇ ଆହୂତ ସଭା ପାଟଣା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ସବଡିଭିଜନ ମାନ୍ୟତା ପାଇଁ ତାଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଉପସ୍ଥିତି ପାଟଣା ଓ ସାହାରପଡ଼ା ବ୍ଲକ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଏଥିରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ଏହା ଏକ ଦୀର୍ଘ ମିଆଦୀ ଲଢେଇ। ଦାବି ହାସଲ ନ ହେବା ପର୍ଯ୍ୟନ୍ତ ନିସ୍ତାର ନାହିଁ ବୋଲି କହିଥିଲେ।

ଏଥିରେ ସାମାଜିକ କର୍ମୀ ଅଜୟ କୁମାର ଦାଶ, ଯୁବନେତା ବିଜୟ ରତ୍ନ ପତି,ଭାଜପା ନେତା ରାଧାକାନ୍ତ ମହାନ୍ତ, କମଳା କାନ୍ତ ଦାଶ, କଂଗ୍ରେସ ନେତା ଇଂ ବିନୋଦ ବିହାରି ନାଏକ, ପୂର୍ବତନ ସାହାରାପଡା ବ୍ଲକ ଅଧ୍ୟକ୍ଷ ଗୌତମ ନାଏକ, ରବି ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ସାହାର ପଡା ବ୍ଲକ ଅଧ୍ୟକ୍ଷା ରିନା ନାଏକ, ୨୩ ନମୱର୍‌ ଜୋନ ଜିଲା ପରିଷଦ ରୁନୁ ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ପାର୍ଥ ସାରଥୀ ବେଜ ସଂଯୋଜନା କରିଥିଲେ। ବିଜୟ ରତ୍ନ ପତି ଅତିଥି ପରିଚୟ ପ୍ରଦାନ କରିଥିଲେ। ଯୁଗଳ କିଶୋର ଦାଶ ଧନ୍ୟବାଦ ଦେଇଥିଲେ। ସଭା ଆରମ୍ଭରେ ଅରୁଣ କୁମାର ମିଶ୍ର ବିଭୂ ବନ୍ଦନା କରିଥିଲେ। ଆଗାମୀ ଦିନରେ ଏନେଇ ଏକ ପ୍ରତିନିଧି ମଣ୍ଡଳୀ ବିଧାୟକ ନାୟକଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri