ଶିକ୍ଷକ ନିଯୁକ୍ତି ଦାବି: ସ୍କୁଲରେ ତାଲା ପକାଇ ଧାରଣା

ନୂଆପଡ଼ା,୧୫ା୮(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣାରେ ବସିଥିଲେ ା ସୂଚନା ଅନୁଯାୟୀ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୧୬୫ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ମୋଟ ୭ ଜଣ ଶିକ୍ଷକ ରହି ଶିକ୍ଷାଦାନ କରୁଥିଲେ। ଚଳିତ ଶିକ୍ଷକ ବଦଳି ପର୍ବରେ ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଫଳରେ ଶିକ୍ଷାଦାନ ବ୍ୟାହତ ହେଉଥିବା ନେଇ ଗ୍ରାମବାସୀ ଓ ଅଭିଭାବକ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇଥିଲେ। ହେଲେ କୌଣସି ସୁଫଳ ନ ମିଳିବାରୁ ଗୁରୁବାର ସେମାନେ ବାଧ୍ୟହୋଇ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଶିକ୍ଷକ ନିଯୁକ୍ତି ନ ହେଲେ ରାସ୍ତାରୁ ଉଠିବେ ନାହିଁ ସେମାନେ ଚେତାବନୀ ଦେଇଥିଲେ। ଦୀର୍ଘ ୨ଘଣ୍ଟା ପରେ କୋମନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନୀତା ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳମତ ମାଝି, ବିଆର୍‌ସିସି ରାଧାକାନ୍ତ ତାଣ୍ଡି, ସିଆର୍‌ସିସି ଭୋଜରାମ ଅହିର ଧାରଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମବାସୀ ୩ ଜଣ ଶିକ୍ଷକ ଦେବା ପାଇଁ ଦାବି ରଖିଥିଲେ। ଅଧିକାରୀମାନେ ଗୁରୁବାର ଜଣେ ଶିକ୍ଷକ ଦେଇ ୩ ଦିନ ଭିତରେ ଆଉ ଜଣଙ୍କୁ ନିଯୁକ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ହେଲେ ୩ଦିନ ଭିତରେ ପୁଣି ଜଣେ ଶିକ୍ଷକ ଯୋଗ ନ ଦେଲେ ଚତୁର୍ଥ ଦିନରେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ା ଧାରଣାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପ୍ରଧାନ, ମୁଖ୍ୟ ବେମାଲ, ଅନଙ୍ଗ ସାହୁ, କାର୍ତ୍ତିକ ହଂସ, କରୁଣା ବାଗ, ମାନସିଂ ମାଝି, ମାଧବ ରଣା, ବିବେକା ବାଗ, ଯଶୋବନ୍ତୀ ପ୍ରଧାନ, ବନିତା ପ୍ରଧାନ, ଜ୍ୟୋତ୍ସ୍ନା ପ୍ରଧାନ, ଘରମନି ନିଆଲ ପ୍ରମୁଖ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri