ନଳକୂପ ସ୍ଥାନାନ୍ତର ଦାବି ଜୋର ଧରିଲା

ବେଲଗୁଣ୍ଠା,୮ା୬ ଦୀର୍ଘ ବର୍ଷ ଧରି ରାସ୍ତା ମଝିରେ ଛିଡ଼ା ହୋଇଛି ନଳକୂପ। ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାସ୍ତା ମଝିରୁ ଏହାକୁ ସ୍ଥାନାନ୍ତର କରିବା ପାଇଁ ବିଭାଗୀୟ ଅଧିକାରୀଙ୍କର ଆନ୍ତରିକତା ପ୍ରକାଶ ପାଉନ ଥିବାରୁ ଦିନକୁ ଦିନ ଦୁର୍ଘଟଣାର ବଢୁଛି। ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଉଢୁରା ପଞ୍ଚାୟତର ନୂଆଁ କୋକଲୁଣ୍ଡା ରାସ୍ତାରେ। ଏହି ରାସ୍ତାଟି ନୂଆଁ କୋକଲୁଣ୍ଡା ଦେଇ ରାଜନପଲ୍ଲୀ, ଦାନକିଆରୀ, କନ୍ଧପଲ୍ଲୀ, ଡୁବୁଡୁବା ସାହି ଦେଇ ପ୍ରତାପୁର ପର୍ଯ୍ୟ ଲମ୍ବିଛି। ଏଠାରେ ମଧ୍ୟ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦର ମୋ ଖତ ପ୍ଲାଣ୍ଟ୍‌ ରହିଥିବାରୁ ପ୍ରତିଦିନ ଏହି ରାସ୍ତା ଦେଇ ଶହ ଶହ ଗାଡ଼ି ଯାତାୟତ କରିଥାଏ। କିନ୍ତୁ ନଳକୂପଟି ରାସ୍ତାର ମଝିରେ ରହିଥିବାରୁ ଗାଡ଼ିଗୁଡ଼ିକ ଯିବା ଆସିବାରେ ସମସ୍ୟା ସୃଷ୍ଟି ହୋଇଛି। ଏପରିକି ବେଳେବେଳେ ଛୋଟବଡ଼ ଦୁର୍ଘଟଣା ଘଟଛି।

ଗତବର୍ଷ ବାଇକ୍‌ରେ ବାଙ୍କତରା ଗ୍ରାମର ଦୁଇଜଣ ବ୍ୟକ୍ତି ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଥିଲେ। ନଳକୂପଟିକୁ ସ୍ଥାନାନ୍ତର କରିବା ପାଇଁ ଗ୍ରାମବାସୀ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କ ପକ୍ଷରୁ ବହୁବାର ଅଭିଯୋଗ କରାଯାଇଥିଲେ ଏହାକୁ ବିଭାଗୀୟ ଅଧିକାରୀମାନେ କର୍ଣ୍ଣପାତ କରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହା ସହିତ ବେଲଗୁଣ୍ଠା ବ୍ଳକ୍‌ରେ ବିଭିନ୍ନ ସ୍ଥାନରେ ନଳକୂପ ଅଚଳ ହୋଇପଡ଼ିଥିଲେ ମଧ୍ୟ ବିଭାଗୀୟ ଯନ୍ତ୍ରୀ ଫୋନ୍‌ ଉଠାଉ ନ ଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ତୁରନ୍ତ ସମସ୍ୟାର ସମାଧାନ କରି ଅଚଳ ନଳକୂପଗୁଡ଼ିକୁ ସଚଳ କରିବା ସହ ରାସ୍ତା ମଝିରେ ଥିବା ନଳକୂପଟିକୁ ସ୍ଥାନାନ୍ତର କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଜଳ ଯୋଗାଣ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ସରିତା ପତିଙ୍କୁ ପଚାରିବାରୁ ଅଭିଯୋଗ ଆସିଲେ ତୁରନ୍ତ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri