ଭଦ୍ରକ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦାବି: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପୁରାତନ ଛାତ୍ର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଆସନ୍ତା ବର୍ଷ ୭୫ତମ ପୂର୍ତ୍ତି ଉତ୍ସବ ପାଳନ କରିବ। ଏଥିପାଇଁ ମହାବିଦ୍ୟାଳୟର ପୁରାତନ ଛାତ୍ରୀଛାତ୍ରମାନେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ୭୫ବର୍ଷ ପୂର୍ତ୍ତି ଉତ୍ସବ ପୂର୍ବରୁ ଏହି ମହାବିଦ୍ୟାଳୟକୁ ରାଜ୍ୟ ସରକାର ବିଶ୍ବବିଦ୍ୟାଳୟ ଘୋଷଣା କରିବାକୁ ଦାବି କରାଯାଇଛି। ଏ ନେଇ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ ମହାବିଦ୍ୟାଳୟର ପୁରାତନ ଛାତ୍ରମାନେ ଭେଟି ଦାବି ଉପସ୍ଥାପନ କରିଛନ୍ତି। ଏଥିସହ ହେବାକୁ ଥିବା ଡାଇମଣ୍ଡ ଜୁବିଲି (୭୫ତମ ପୂର୍ତ୍ତି ଉତ୍ସବ)ରେ ରାଜ୍ୟ ସରକାରଙ୍କ ପକ୍ଷରୁ କିପରି ସହଯୋଗ ରହିବ ସେ ନେଇ ମଧ୍ୟ ସେମାନେ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ପୁରାତନ ଛାତ୍ରମାନଙ୍କ ତରଫରୁ ଆସନ୍ତା ବର୍ଷ କଲେଜ ପରିସରରେ ୫ ଦିନିଆ ଡାଇମଣ୍ଡ ଜୁବିଲି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ବେଳେ ଏଥିରେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଏବଂ ରାଜ୍ୟର ବରିଷ୍ଠ ମନ୍ତ୍ରୀମାନଙ୍କୁ ମଧ୍ୟ ଆମନ୍ତ୍ରଣ କରାଯିବାର ଯୋଜନା ରହିଛି। ପୁରାତନ ଛାତ୍ର ଜ୍ୟୋତିପ୍ରକାଶ ମହାନ୍ତି, ଜ୍ଞାନ ରଞ୍ଜନ ମହାନ୍ତି, ଅକ୍ଷୟ କୁମାର ଦାସ, ଦୀପକ, ବେହେରା, ମାନସ ସାହୁ, ରଞ୍ଜନ ପ୍ରଧାନ ଏବଂ ବିକ୍ରମ ମଲ୍ଲିକ ପ୍ରମୁଖ ମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବା ସହ ସହଯୋଗ କାମନା କରିଛନ୍ତି। ମନ୍ତ୍ରୀ ମଧ୍ୟ ଆଗାମୀ ଦିନରେ ପୁରାତନ ଛାତ୍ରମାନଙ୍କୁ କଲେଜର ବହୁବିଧ ଉନ୍ନତି ଏବଂ ଡାଇମଣ୍ଡ ଜୁବିଲି କାର୍ଯ୍ୟକ୍ରମରେ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri