ଜଳଯୋଗାଣ ଦାବିରେ କୃଷକଙ୍କ ଧାରଣା

କଣ୍ଟାପଡ଼ା,୨ା୧୧(ଡି.ଏନ୍‌.ଏ.): ପ୍ରତାପନଗରୀ ଜଳସେଚନ ବିଭାଗ ଫୁଲନଖରା ଡିଷ୍ଟ୍ରିବ୍ୟୁଟାରି କେନାଲ ପାର୍ଶ୍ୱରେ ଥିବା କଣ୍ଟାପଡ଼ା ଓ ଶିଶୁଆ ମୌଜାର ଶତାଧିକ ଏକର ଜମିରେ କେନାଲ ଜଳ ଅଭାବରୁ ଜମିଫାଟି ଆଁ କରିଛି। ଫଳରେ ଜଳ ଅଭାବରୁ ଏଠାରେ ଏକପ୍ରକାର ମରୁଡ଼ି ପରିସ୍ଥିତି ଉପୁଜିଛି। ଚାଷଜିମିକୁ ତୁରନ୍ତ କେନାଲ ଜଳ ଯୋଗାଣ ଦାବିରେ କଣ୍ଟାପଡ଼ା ଗ୍ରାମର ନବଘନ ସ୍ବାଇଁ, ରଘୁନାଥ ସ୍ବାଇଁ, ଧରଣୀଧର ସ୍ବାଇଁ, ଦେବେନ୍ଦ୍ର ସାହୁ, ଅନିରୁଦ୍ଧ ସ୍ବାଇଁ, ବେଣୁଧର ସ୍ବାଇଁ, ବୃନ୍ଦାବନ ବାରିକ, ପାଣ୍ଡବ ସ୍ବାଇଁ,ଲୋକନାଥ ସାହୁ, ଶରତ ସ୍ବାଇଁ ପ୍ରମୁଖ ଚାଷୀମାନେ ବୁଧବାର କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା ଦେଇଥିଲେ। କଣ୍ଟାପଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ଖବର ପାଇ ପ୍ରତାପନଗରୀ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଅଜୟ ବେହେରା ଧାରଣା ସ୍ଥଳରେ ପହଞ୍ଚି ଆସନ୍ତା ୨ ଦିନ ଭିତରେ କେନାଲ ପାଣି ପହଞ୍ଚାଇ ଦେବା ପାଇଁ ପ୍ରତିଶ୍ରୁତି ଦେବାରୁ ଚାଷୀମାନେ ଆନ୍ଦୋଳନରୁ ନିବୃତ୍ତ ରହିଥିଲେ। ଏ ପର୍ଯ୍ୟନ୍ତ କ’ଣ ପାଇଁ ଚାଷଜମିକୁ କେନାଲ ଜଳ ଯୋଗାଇ ଦିଆଯାଇ ନାହିଁ ବୋଲି ପଚାରିବାରୁ ସହକାରୀ ଯନ୍ତ୍ରୀ ଅଜୟ ବେହେରା କହିଥିଲେ, କେନାଲରେ ଉପରମୁଣ୍ଡରୁ ପର୍ଯ୍ୟାପ୍ତ ପରିମାଣର ପାଣି ଆସୁ ନ ଥିବାରୁ ତଳମୁଣ୍ଡକୁ ପାଣି ପହଞ୍ଚାଇବା ସମ୍ଭବପର ନୁହେଁ। ତେବେ ଆସନ୍ତା ୨ ଦିନ ଭିତରେ ଯନ୍ତ୍ରୀ ମହାଶୟ କିପରି ଜମିକୁ ଜଳ ଯୋଗାଇବେ ବୋଲି ପ୍ରତିଶ୍ରୁତି ଦେଲେ ତାହା ସନ୍ଦେହଘେରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri