କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ ନ ଥିବାରୁ ବିବାହ, ବ୍ରତ, ସଭାସମିତି ଇତ୍ୟାଦି କାର୍ଯ୍ୟକ୍ରମ ଆୟୋଜନରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏହାକୁ ନେଇ କୃଷ୍ଣ କୁମାର ସାହା ଓ ପ୍ରଣବ ଭୋକ୍ତାଙ୍କ ନେତୃତ୍ୱରେ ଓ୍ବାର୍ଡବାସୀ ଶୁକ୍ରବାର ପ୍ରଥମେ ଜିଲାପାଳ ଓ ପରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟଙ୍କୁ ସାକ୍ଷାତ କରି କଲ୍ୟାଣ ମଣ୍ଡପ କିମ୍ବା ଏକ ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ଦାବିପତ୍ର ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ ଏଠାରେ କଲ୍ୟାଣ ମଣ୍ଡପ ନିର୍ମାଣ ହେଲେ ୧୦ ଓ ୧୧ନଂ. ୱାର୍ଡର ପ୍ରାୟ ୩ ହଜାର ୱାର୍ଡବାସୀ ଉପକୃତ ହେବେ। ଏ ସଂକ୍ରାନ୍ତରେ କାର୍ଯ୍ୟନିର୍ବାହୀ ଅଧିକାରୀ ଆଚାର୍ଯ୍ୟଙ୍କୁ ପଚାରିବାରୁ କାଉନସିଲ ବୈଠକରେ ପ୍ରସ୍ତାବ ଦିଆଯିବ ଓ ତାହା ମଞ୍ଜୁରୀ ହେଲେ ନିର୍ମାଣ କାମ ଆରମ୍ଭ କରାଯିବ ବୋଲି ପ୍ରକାଶ କରିଥିଲେ।
ଫୋଟୋ-କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ୱାର୍ଡବାସୀ ଦାବିପତ୍ର ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?