ସରପଞ୍ଚଙ୍କୁ ମାଡ଼ ମାରି ସର୍ଟ ଚିରିବା ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି

ବୁଗୁଡ଼ା:୧୧।୧୧(କାଳିଚରଣଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ମୋଟାବାଡି ପଞ୍ଚାୟତର ସରପଞ୍ଚ ତଥା ସରପଞ୍ଚ ସଂଘର କୋଷାଧକ୍ଷ ପିଣ୍ଟୁ କୁମାର ସେଠୀଙ୍କୁ ରବିବାର ଦୀପକ ରାଉତ ନାମକ ଜନୈକ ଯୁବକ ଦ୍ବାରା ମରଣାନ୍ତକ ଆକ୍ରମଣ ହୋଇଥିଲେ। ସରପଞ୍ଚ ପିଣ୍ଟୁ ବୁଗୁଡା ମେଡିକାଲରେ ଚିକିତ୍ସିତ ହେବା ସହ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପରେ ପୋଲିସ କେସ ନଂ ୫୨୧/୨୪ରେ ଏକ ମାମଲା ରୁଜୁ କରିଥିଲା। ତେବେ ଘଟଣାର ୨୪ ଘଣ୍ଟା ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ହେତୁ ସୋମବାର ବୁଗୁଡା ବ୍ଳକ ସରପଞ୍ଚ ସଂଘ ପକ୍ଷରୁ ଯଥାଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଏକ ଦାବିପତ୍ର ପୋଲିସକୁ ପ୍ରଦାନ କରାଯାଇଛି। ପ୍ରକାଶ,ଯେ, ରବିବାର ସରପଞ୍ଚ ପିଣ୍ଟୁ ମୋଟାବାଡି-ନାଗିରି ରାସ୍ତାରେ ଥିବା ଝାଞ୍ଜିରୀ ଗାଡ଼ିଆ ନିକଟରେ ରହି କାମ ନିରୀକ୍ଷଣ କରୁଥିବା ବେଳେ ଅପରାହ୍ନ ପ୍ରାୟ ସାଢେ ୪ଟା ସମୟରେ ହଠାତ ଦୀପକ ରାଉତ ନାମକ ଯୁବକ ତାଙ୍କୁ ଗାଳି ଗୁଲଜ କରିବା ସହ ଆକ୍ରମଣ କରିଥିଲା। ଏଥିରେ ସରପଞ୍ଚଙ୍କ ସର୍ଟ ଚିରି ଯିବା ସହ ମୁହଁ, ଡାହାଣ ହାତ ଓ ଗୋଡ଼ରେ ଆଘାତ ଲାଗିଥିଲା । ଏ ନେଇ ଅଭିଯୋଗ ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରି ନଥିବାରୁ ସୋମବାର ସରପଞ୍ଚ ସଂଘର ସଭାପତି ରାଜଲକ୍ଷ୍ମୀ ପ୍ରଧାନ, ଉପସଭାପତି ସୁଶାନ୍ତ ପ୍ରଧାନ, ସମ୍ପାଦକ ସଞ୍ଜୟ ବିଶ୍ବାଳଙ୍କ,ଦିଲ୍ଲୀପ ପ୍ରଧାନଙ୍କ ସମେତ ଅନ୍ୟ ସରପଞ୍ଚମାନେ ଥାନାରେ ପହଞ୍ଚି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତ। ଅନ୍ୟପକ୍ଷେ ସରପଞ୍ଚ ସଂଘ ପକ୍ଷରୁ ଭଞ୍ଜନଗର ଏସ୍‌ଡିପିଓ ଏବଂ ଛତ୍ରପୁର ଆରକ୍ଷୀ ଅଧୀକ୍ଷକଙ୍କ ନିକଟଙ୍କୁ ମଧ୍ୟ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଯଥାଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ ନକଲେ ସଂଘ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ମଧ୍ୟ ଦେଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri