ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଦାବିପତ୍ର

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ନାଏବ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ଶୁକ୍ରବାର ଉପଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ ରହିଛି, ଲଖନା ସରପଞ୍ଚ ଜିତେନ୍ଦ୍ର ଠାକୁର ୱାର୍ଡ ସଭ୍ୟାସଭ୍ୟଙ୍କୁ ଅଣଦେଖା କରି ନିଜ ମନମୁଖି କାର୍ଯ୍ୟ କରିଚାଲିଛନ୍ତି। ତାଙ୍କ ବିରୋଧରେ କିଛି କହିଲେ ଧମକ ଦେଉଥିବା ସେମାନେ ଅଭିଯୋଗ କରିଛନ୍ତି। ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟ ସୁଚାରୁରୂପେ ହେଉନାହିଁ। ସରକାରଙ୍କ ବିଭିନ୍ନ ଯୋଜନାରୁ ଅର୍ଥ ମଞ୍ଜୁର ହୋଇ ପଞ୍ଚାୟତକୁ ଆସିଥିଲେ ବି କାର୍ଯ୍ୟ ନ ହୋଇ ପଡିରହିଛି। ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ, ବିଧବା ଭତ୍ତା ନିୟମିତ ପ୍ରଦାନ କରାଯାଉ ନାହିଁ ଉନ୍ନୟନ କାର୍ଯ୍ୟ ଉପରେ ସମୀକ୍ଷା ପାଇଁ ମାସିକ ବୈଠକ ହେଉ ନାହିଁ। ଏ ନେଇ ପଞ୍ଚାୟତର ୱାର୍ଡ ସଭ୍ୟାସଭ୍ୟ ଏକ ବୈଠକ କରି ସମସ୍ତ ପ୍ରସ୍ତାବ ଉପରେ ଆଲୋଚନା କରି ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସରପଞ୍ଚଙ୍କ ମନମୁଖି କାର୍ଯ୍ୟ ଉପରେ ତଦନ୍ତ କରି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରିଛନ୍ତି। ଅଭିଯୋଗ ଅନୁଯାୟୀ ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି ଉପ ଜିଲାପାଳ ମାଝି ପ୍ରତିଶ୍ରୁତି ଦେଇଛନ୍ତି। ଏହି ସମୟରେ ନାଏବ ସରପଞ୍ଚ ପଦ୍ମନୀ ସୁନାନୀ, ୱାର୍ଡ ସଭ୍ୟା ହେମଲତା ଦାସ, ସବିର ହୁସେନ, ଗୋକୁଳ ବରିହା, ଗୁରୁ ପ୍ରସାଦ ବାଗ, ଦୁଲେଶା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ମତାମତ ପାଇଁ ସରପଞ୍ଚ ଜିତେନ୍ଦ୍ର ଠାକୁରଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri