ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ପାଇଁ ଜିଲା କଂଗ୍ରେସ ପକ୍ଷରୁ ଦାବିପତ୍ର

ଦେବଗଡ଼,୧୭ା୫(ଶଶାଙ୍କ ଶେଖର ଝାଙ୍କର): ସରକାରଙ୍କ ଅବହେଳା ଯୋଗୁ ଦେବଗଡ଼ ଜିଲାର ଅନେକ ଯୋଗ୍ୟ ହିତାଧକାରୀ ଭତ୍ତା ଟଙ୍କା ପାଇବାରୁ ବଞ୍ଚିତ ରହିଛନ୍ତି। ସରକାରଙ୍କ ଏହି ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କୁ ତୁରନ୍ତ ଭତ୍ତା ଟଙ୍କା ପ୍ରଦାନ ପାଇଁ ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଶୁକ୍ରବାର ଦେବଗଡ଼ ଜିଲା କଂଗ୍ରେସ ସଭାପତି ସେମ ହେମ୍ବ୍ରମଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ବାର୍ଦ୍ଧକ୍ୟ ଭତ୍ତା ପାଇଁ ଜିଲାର ୨୭୬୩ ଜଣ ଯୋଗ୍ୟ ହିତାଧିକାରୀ ଆବେଦନ କରିଥିବା ବେଳେ ସେମାନଙ୍କୁ ଭତ୍ତା ମିଳି ପାରୁନାହିଁ। ସେହିପରି ୩୯୫ ଜଣ ହିତାଧିକାରୀଙ୍କ ବୟସ ୮୦ ବର୍ଷରୁ ଊର୍ଦ୍ଧ୍ୱ ହୋଇ ସାରିଥିଲେ ମଧ୍ୟ ବର୍ଦ୍ଧିତ ଭତ୍ତା ଟଙ୍କା ଦିଆଯାଉ ନ ଥିବା ଜିଲା କଂଗ୍ରେସ ପକ୍ଷରୁ ଉକ୍ତ ଦାବିପତ୍ର ଜରିଆରେ ଅଭିଯୋଗ କରାଯାଇଛି। ସେହିପରି ଅବିଳମ୍ବେ ଦାବି ପୂରଣ ନ ହେଲେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଉକ୍ତ ଦାବିପତ୍ର ଜରିଆରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri