ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ଦାବି ପତ୍ର

ଗଞ୍ଜାମ,୮।୧୧(ଡି.ଏନ୍‌.ଏ.): ଓଡିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଥାନା ଅଧିକାରୀଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି ସମୟରେ ମହାସଂଘ ପକ୍ଷରୁ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ୯ଦଫା ସମ୍ବଳିତ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଡ୍ରାଇଭରଙ୍କ ପରିବାରକୁ ୨୦ଲକ୍ଷ ଏବଂ ଅକର୍ମଣ୍ୟଙ୍କୁ ୧୦ଲକ୍ଷ, ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୫ଲକ୍ଷ, ୫୫ବର୍ଷ ପରେ ପେନସନ ବ୍ୟବସ୍ଥା, ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା, ସ୍ବତନ୍ତ୍ର ଆଇନ, ପାର୍କିଂ, ବିଶ୍ରାମଗାର ନିର୍ମାଣ, ଶୌଚାଳୟ ଏବଂ ଡ୍ରାଇଭରଙ୍କୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ଉଲ୍ଲେଖ ରହିଛି। ଏଥିସହ ଡ୍ରାଇଭରଙ୍କ ପିଲାମାନେ ପାଠ ପଢିବା ଲାଗି ଉଚ୍ଚ ଶିକ୍ଷାର ବ୍ୟବସ୍ଥା, ଲାଇସେନ୍ସ ଫିସ୍‌ ୧୫ହଜାର ଟଙ୍କା ବାଧ୍ୟତାମୂଳକକୁ ହଟାଇବା ଇତ୍ୟାଦି ଦାବି ପତ୍ରରେ ଉଲେଖ ରହିଛି। ଦାବୀ ପତ୍ର ଦେବା ବେଳେ ଗଞ୍ଜାମ ଶାଖା ସଭାପତି ନରେନ୍ଦ୍ର ଚଣ୍ଡ, ଉପସଭାପତି ଧରଣୀ ଧର ସାହୁ ସମ୍ପାଦକ ବବୁଲ ସାହୁ, କୋଷାଧକ୍ଷ ପ୍ରସନ୍ନ କୁମାର ଛଟେଇଙ୍କ ସମେତ ଶତାଧିକ ଡ୍ରାଇଭର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri