ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ଦାବି ପତ୍ର

ଗଞ୍ଜାମ,୮।୧୧(ଡି.ଏନ୍‌.ଏ.): ଓଡିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଥାନା ଅଧିକାରୀଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି ସମୟରେ ମହାସଂଘ ପକ୍ଷରୁ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ୯ଦଫା ସମ୍ବଳିତ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଡ୍ରାଇଭରଙ୍କ ପରିବାରକୁ ୨୦ଲକ୍ଷ ଏବଂ ଅକର୍ମଣ୍ୟଙ୍କୁ ୧୦ଲକ୍ଷ, ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୫ଲକ୍ଷ, ୫୫ବର୍ଷ ପରେ ପେନସନ ବ୍ୟବସ୍ଥା, ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା, ସ୍ବତନ୍ତ୍ର ଆଇନ, ପାର୍କିଂ, ବିଶ୍ରାମଗାର ନିର୍ମାଣ, ଶୌଚାଳୟ ଏବଂ ଡ୍ରାଇଭରଙ୍କୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ଉଲ୍ଲେଖ ରହିଛି। ଏଥିସହ ଡ୍ରାଇଭରଙ୍କ ପିଲାମାନେ ପାଠ ପଢିବା ଲାଗି ଉଚ୍ଚ ଶିକ୍ଷାର ବ୍ୟବସ୍ଥା, ଲାଇସେନ୍ସ ଫିସ୍‌ ୧୫ହଜାର ଟଙ୍କା ବାଧ୍ୟତାମୂଳକକୁ ହଟାଇବା ଇତ୍ୟାଦି ଦାବି ପତ୍ରରେ ଉଲେଖ ରହିଛି। ଦାବୀ ପତ୍ର ଦେବା ବେଳେ ଗଞ୍ଜାମ ଶାଖା ସଭାପତି ନରେନ୍ଦ୍ର ଚଣ୍ଡ, ଉପସଭାପତି ଧରଣୀ ଧର ସାହୁ ସମ୍ପାଦକ ବବୁଲ ସାହୁ, କୋଷାଧକ୍ଷ ପ୍ରସନ୍ନ କୁମାର ଛଟେଇଙ୍କ ସମେତ ଶତାଧିକ ଡ୍ରାଇଭର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?