ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ କେନ୍ଦୁଝର ସର୍କିଟ ହାଉସରେ ପାଟଣା ସାହାରପଡା ବିକାଶ ମଞ୍ଚର ଏକ ପ୍ରତିନିଧିମଣ୍ଡଳୀ ୨ ବ୍ଲକର ନିର୍ବାଚିତ ଲୋକ ପ୍ରତିନିଧି, ବୁଦ୍ଧିଜୀବୀ ଓ ବିଭିନ୍ନ ରାଜନୈତିକ ଦଳର ରାଜନେତାଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରଦାନ କରାଯାଇଛି।
ମୁଖ୍ୟମନ୍ତ୍ରୀ ମାଝି ଦାବିପତ୍ର ଗ୍ରହଣ ସହ ଦାବିକୁ ସହୃଦୟତାର ସହ ବିଚାର କରିବେ ବୋଲି ପ୍ରତିଶୃତି ଦେଇଥିବା ଯୁବନେତା ବିଜୟରତ୍ନ ପତି ପ୍ରକାଶ କରିଛନ୍ତି। ଏଥିରେ ବିକାଶ ମଞ୍ଚର ସଭାପତି ପୂର୍ବତନ ପାଟଣା ବ୍ଲକ ଅଧକ୍ଷ ଇଂ ବିଦ୍ୟାଧର ଦାଶ, ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, କଂଗ୍ରେସ ଏମ୍‌ପି ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ, ପାଟଣା ସାହାରପଡ଼ା ବିକାଶ ମଞ୍ଚର ଅଜୟ କୁମାର ଦାଶ, ଯୁବନେତା ବିଜୟ ରତ୍ନ ପତି, ଯୁଗଳ କିଶୋରଦାଶ, ଜିଲାପରିଷଦ ସଦସ୍ୟ ପ୍ରଫୁଲ୍ଲ ନାୟକ,ସାହାର ପଡା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଗୌତମ ନାଏକ, ରବୀନ୍ଦ୍ର ନାଏକ, କଂଗ୍ରେସ ନେତା ଲକ୍ଷ୍ମଣ କୁମାର ଦାଶ, ଭାଜପା ନେତା ଦୁର୍ଗ ଚରଣ ନାୟକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri