ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ କେନ୍ଦୁଝର ସର୍କିଟ ହାଉସରେ ପାଟଣା ସାହାରପଡା ବିକାଶ ମଞ୍ଚର ଏକ ପ୍ରତିନିଧିମଣ୍ଡଳୀ ୨ ବ୍ଲକର ନିର୍ବାଚିତ ଲୋକ ପ୍ରତିନିଧି, ବୁଦ୍ଧିଜୀବୀ ଓ ବିଭିନ୍ନ ରାଜନୈତିକ ଦଳର ରାଜନେତାଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରଦାନ କରାଯାଇଛି।
ମୁଖ୍ୟମନ୍ତ୍ରୀ ମାଝି ଦାବିପତ୍ର ଗ୍ରହଣ ସହ ଦାବିକୁ ସହୃଦୟତାର ସହ ବିଚାର କରିବେ ବୋଲି ପ୍ରତିଶୃତି ଦେଇଥିବା ଯୁବନେତା ବିଜୟରତ୍ନ ପତି ପ୍ରକାଶ କରିଛନ୍ତି। ଏଥିରେ ବିକାଶ ମଞ୍ଚର ସଭାପତି ପୂର୍ବତନ ପାଟଣା ବ୍ଲକ ଅଧକ୍ଷ ଇଂ ବିଦ୍ୟାଧର ଦାଶ, ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, କଂଗ୍ରେସ ଏମ୍‌ପି ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ, ପାଟଣା ସାହାରପଡ଼ା ବିକାଶ ମଞ୍ଚର ଅଜୟ କୁମାର ଦାଶ, ଯୁବନେତା ବିଜୟ ରତ୍ନ ପତି, ଯୁଗଳ କିଶୋରଦାଶ, ଜିଲାପରିଷଦ ସଦସ୍ୟ ପ୍ରଫୁଲ୍ଲ ନାୟକ,ସାହାର ପଡା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଗୌତମ ନାଏକ, ରବୀନ୍ଦ୍ର ନାଏକ, କଂଗ୍ରେସ ନେତା ଲକ୍ଷ୍ମଣ କୁମାର ଦାଶ, ଭାଜପା ନେତା ଦୁର୍ଗ ଚରଣ ନାୟକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri