ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ଦାବି ନେଇ ଦହସିଲଦାରଙ୍କୁ ଦାବିପତ୍ର

ଅମରପାଲି,୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ଦେଉଳମୁଣ୍ଡା ଗ୍ରାମରେ ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ବୀରମହାରାଜପୁର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମରେ ଥିବା ଗୋଚର ଜମିକୁ କେତେକ ବ୍ୟକ୍ତି ବେଆଇନ ଭାବେ ଦଖଲ କରି ରଖିଛନ୍ତି। ସେହିପରି ଗ୍ରାମ ରାସ୍ତାର ଉଭୟ ପାର୍ଶ୍ୱରେ ମଧ୍ୟ ଜବରଦଖଲ ବଢ଼ି ଚାଲିଥିବାରୁ ସାଧାରଣ ଲୋକଙ୍କ ଯାତାୟାତରେ ବିଭିନ୍ନ ସମସ୍ୟା ଦେଖାଦେଇଛି। ଏହା ଗ୍ରାମବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ତୁରନ୍ତ ଜବରଦଖଲ ଉଚ୍ଛେଦ କରିବାକୁ ସେମାନେ ଦାବି କରିଛନ୍ତି।
ଏନେଇ ଗ୍ରାମବାସୀମାନେ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ଏକ ଦାବିପତ୍ର ପ୍ରଦାନ କରିଥିଲେ। ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ସ୍ବାଗତ କୁମାର ପଣ୍ଡା ଦାବିପତ୍ର ଗ୍ରହଣ କରିଥିଲେ। ଅଭିଯୋଗର ତଦନ୍ତ ପରେ ବେଆଇନ ଭାବେ ଦଖଲ ହୋଇଥିବା ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।
ଅନ୍ୟପକ୍ଷରେ ଯଦି ଶୀଘ୍ର ଜବରଦଖଲ ଉଚ୍ଛେଦ କରା ନ ଯାଏ, ତେବେ ଗ୍ରାମବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି। ଗ୍ରାମର ସତ୍ୟନାରାୟଣ ଚାନ୍ଦ, ସୁଶୀଲ ଚାନ୍ଦ, ରମେଶ ଦେହେରୀ, ପ୍ରଭାସ ପଣ୍ଡା, କୃଷ୍ଣଚନ୍ଦ୍ର ପାଢ଼ୀଙ୍କ ସମେତ ଶତାଧିକ ଗ୍ରାମବାସୀଙ୍କ ଦସ୍ତଖତ ଥିବା ଏହି ଦାବିପତ୍ର ତହସିଲ ପ୍ରଶାସନଙ୍କୁ ପ୍ରଦାନ କରାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri