ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ ମାନ୍ୟବର ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବୁଧବାର ଭବାନୀପାଟଣା ସର୍କିଟ୍‌ ହାଉସଠାରେ କଳାହାଣ୍ଡି ଜିଲା ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ବିଷ୍ଣୁ ନାଏକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଉପମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଏହି ଦାବିପତ୍ର (ପତ୍ର ସଂଖ୍ୟା: ଭାଜପା/୧୧/୨୬, ହସ୍ତାନ୍ତର କରିଛନ୍ତି। ଥୁଆମୂଳ ରାମପୁର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ, ବନାଞ୍ଚଳ, ପାହାଡ଼ିଆ ଓ ପଛୁଆ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଅନେକ ଦର୍ଶନୀୟ ସ୍ଥାନ ରହିଛି। ରାଜ୍ୟ ସରକାର ଏହି ସ୍ଥାନଗୁଡ଼ିକର ବିକାଶ ଓ ପର୍ଯ୍ୟଟନ ଭିତ୍ତିଭୂମି ଉପରେ ଦୃଷ୍ଟି ଦେଲେ, ଏହା ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ହୋଇପାରିବ। ଏହା ଦ୍ୱାରା ସ୍ଥାନୀୟ ଲୋକଙ୍କ ଆର୍ଥିକ, ସାମାଜିକ ବିକାଶ ସହ ରୋଜଗାର ସୃଷ୍ଟି ହୋଇପାରିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଥୁଆମୂଳ ରାମପୁର ବ୍ଲକର ମର୍ଦ୍ଧିଗୁଡ଼ା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାର ର ସୌନ୍ଦର୍ଯ୍ୟକରଣ ଓ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ l ଥୁଆମୂଳ ରାମପୁର-ବଲଙ୍ଗୀର ସୀମାରେ ଅବସ୍ଥିତ ସିନ୍ଦେର ଝରନ ଜଳପ୍ରପାତର ସୌନ୍ଦର୍ଯ୍ୟକରଣ ଓ ଉନ୍ନତି। ଥୁଆମୂଳ ରାମପୁର ବ୍ଲକର କୋଷାବରୀ ହେଲୋ ପଏଣ୍ଟର ସୌନ୍ଦର୍ଯ୍ୟକରଣ ଓ ବିକାଶ। ଘୁମେର ଝରନ ଜଳପ୍ରପାତର ସାମଗ୍ରିକ ଉନ୍ନତି ଓ ପର୍ଯ୍ୟଟନ ସୁବିଧାର ବିକାଶ। କିଆଙ୍ଗ ଝରନର ସୌନ୍ଦର୍ଯ୍ୟକରଣ ଓ ପର୍ଯ୍ୟଟନ ଭିତ୍ତିଭୂମିର ଉନ୍ନତି। ଥୁଆମୂଳ ରାମପୁରଠାରେ ନୂତନ ମାଉସୀ ମା’ ମନ୍ଦିର ନିର୍ମାଣ। ବିରିକୋଟ ଗ୍ରାମରେ ଡୁକୁରୀ ଗୁଡ଼ି ମନ୍ଦିର ନିର୍ମାଣ। ଦାବିପତ୍ର ଗ୍ରହଣ କରିବା ପରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଥୁଆମୂଳ ରାମପୁର ବ୍ଲକକୁ ଏକ ପର୍ଯ୍ୟଟନର ହବ୍‌ରେ ପରିଣତ କରିବା ପାଇଁ ନିଷ୍ପତ୍ତି ନେବା ସହ ବହୁଶୀଘ୍ର ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ସାକ୍ଷାତକାର ସମୟରେ କଳାହାଣ୍ଡି ଜିଲା ସଭାପତି ଯୁଗଳ କିଶୋର ପୋଡ଼, ଲାଞ୍ଜିଗଡ଼ ବିଧାୟକ ପ୍ରାର୍ଥୀ ରମେଶ ମାଝୀ, ବରିଷ୍ଠ ନେତା ଭାରତ ଭୂଷଣ ଦେଓ, ଜିଲା ଉପସଭାପତି ଜୟଶଙ୍କର ନାଏକ, ଅନ୍ୟତମ ଉପସଭାପତି ରୁପେଶ ଜୈନ, ଯୁବ ମୋର୍ଚ୍ଚା ସଭାପତି ଅବିନାଶ ନନ୍ଦ, ଜିଲା ମିଡିଆ ସେଲର ନରହରି ପଟ୍ଟନାୟକ, ଯୋଗ ପଟ୍ଟନାୟକ, ପୂର୍ବତନ ଏସ୍‌ସି ମୋର୍ଚ୍ଚା ସାଧାରଣ ସମ୍ପାଦକ ତୋଫାନ ସୁନାନୀଙ୍କ ସମେତ ଜିଲାର ଅନେକ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri