କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ, କଲେଜ ଅଧ୍ୟକ୍ଷଙ୍କୁ ଦାବିପତ୍ର

ବାଙ୍କୀ,୪ା୪(ସ୍ବ.ପ୍ର.): ବାଙ୍କୀ କଲେଜ ମିନି ଷ୍ଟାଡିୟମ ଗ୍ୟାଲେରି ଉଦ୍‌ଘାଟନ ହେବାର ୧୦ ଦିନ ମଧ୍ୟରେ ଭୁଶୁଡ଼ିବା ଓ ରାତିରାତି ମରାମତି କରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରି ବାଙ୍କୀ ଭାଜପା ପକ୍ଷରୁ ତଦନ୍ତ ଦାବି କରାଯାଇଛି। ଏନେଇ ବାଙ୍କୀର ବରିଷ୍ଠ ଭାଜପା ନେତା ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ସୋମବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ବାଙ୍କୀ ଉପଜିଲାପାଳ ରଞ୍ଜନ କୁମାର ଜେନାଙ୍କୁ କାର୍ଯ୍ୟାଳୟରେ ସାକ୍ଷାତ କରିଛି। ଘଟଣାର ତଦନ୍ତ କରି ସମ୍ପୃକ୍ତ ଠିକାଦାର ଓ ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଏକ ଦାବିପତ୍ର ଦିଆଯାଇଛି। ଅଭିଯୁକ୍ତମାନଙ୍କଠାରୁ ସମସ୍ତ ଅର୍ଥ ଆଦାୟ କରିବା ନିମନ୍ତେ ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ସେହିପରି ଦଳ ପକ୍ଷରୁ ବାଙ୍କୀ ସ୍ବୟଂଶାସିତ କଲେଜ ଅଧ୍ୟକ୍ଷ କ୍ୟାପଟେନ ଭବାନୀ ଶଙ୍କର ହୋତାଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ଦିଆଯାଇଛି। ଏହି ପ୍ରତିନିଧି ମଣ୍ଡଳୀରେ କଟକ ଜିଲା କୃଷକ ମୋର୍ଚ୍ଚା ଭାଜପା ସଭାପତି ଉତ୍କଳମଣି ମନ୍ତ୍ରୀ, ସମ୍ପାଦକ ସୁଶାନ୍ତ କୁମାର ଜେନା, ବିଜୟ କୁମାର ବରାଡ, ବ୍ରହ୍ମପୁରା ଭାଜପା ମଣ୍ଡଳ ସଭାପତି, ଡମପଡ଼ାମଣ୍ଡଳ ଭାଜପା ସଭାପତି ବୀରେନ୍ଦ୍ର କୁମାର ଦାଶ, କଟକ ଜିଲା ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ସଂଗ୍ରାମ ବିଭୂତି ରାୟ, ଭାଜପା ନଗର କୃଷକ ମୋର୍ଚ୍ଚା ସଭାପତି ଅଜିତ କୁମାର ସୁବୁଦ୍ଧି,ନଗର ଭାଜପା ସଭାପତି ପ୍ରଣବ ମହାପାତ୍ର ପ୍ରମୁଖ ସାମିଲ ହୋଇଥିଲେ।
ଗତ ମାର୍ଚ୍ଚ ୨୩ରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଓ ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କ ଉପସ୍ଥିତିରେ ଏହି ଗ୍ୟାଲେରି ଉଦ୍‌ଘାଟନ ହୋଇଥିଲା। ହେଲେ ନିମ୍ନମାନର କାର୍ଯ୍ୟ ଯୋଗୁ ବର୍ଷାରେ ଗ୍ୟାଲେରିର କିଛି ଅଂଶ ଏପ୍ରିଲ ୧ ତାରିଖରେ ଭୁଶୁଡ଼ି ପଡ଼ିଥିଲା। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବା ପୂର୍ବରୁ ମାତ୍ର ୨୪ଘଣ୍ଟା ମଧ୍ୟରେ ପୂର୍ତ୍ତ ବିଭାଗ ଦ୍ୱାରା ସ୍ଥାନୀୟ ଠିକାଦାରଙ୍କ ମାଧ୍ୟମରେ ଏହାକୁ ମରାମତି କରି ରଙ୍ଗ ମାରି ଦିଆଯାଇଛି। ନିମ୍ନମାନର କାମ ହୋଇଥିବା ଯୋଗୁ ପ୍ରମାଣ ନଷ୍ଟ ପାଇଁ ପ୍ରୟାସ କରାଯାଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri