ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ଉପଜିଲାପାଳ ଶିବାଶିଷ ବରାଳ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ବହୁ ଲୋକଙ୍କ ଅଭିଯୋଗ ଶୁଣିଥିଲେ ଜିଲାପାଳ । କିଛି ଅଭିଯୋଗ ଶୁଣାଣି ବେଳେ ହିଁ ସମାଧାନ ହୋଇଯାଇଥିବା ବେଳେ ଅନ୍ୟ ଅଭିଯୋଗକୁ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ସମାଧାନ ନିମନ୍ତେ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ । ସମସ୍ତ ଅଭିଯୋଗ ଠାରୁ ସମୁଦ୍ର ବେଳାଭୂମି ଅବକ୍ଷେୟ ମୁଖ୍ୟ ପ୍ରସଙ୍ଗ ଥିଲା । ଜିଲାପାଳଙ୍କ ଶୁଣାଣି ବେଳେ ସମୁଦ୍ର କୂଳ ଖାଇବା ଏବଂ ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ୱ ହେଉଥିବା ଅଭିଯୋଗ କରିଥିଲେ କଣ୍ଟିଆଗଡ଼, ନୀଳାଦ୍ରି ପୁର ଏବଂ ଖଟୁଆ କୁଦା ଗ୍ରାମବାସୀ ।

ଏଥିସହ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଗୋଖର କୁଦା ସମୁଦ୍ର ବେଳାଭୂମି ଠାରୁ କଣ୍ଟିଆ ଗଡ଼ ବଟେଶ୍ୱର ବେଳାଭୂମି ପର୍ଯ୍ୟନ୍ତ ସମୁଦ୍ରର ଉଚ୍ଚ ଲହଡି ଯୋଗୁଁ କୂଳ ଖାଇବାରେ ଲାଗିଛି । ଯାହା ଫଳରେ ଉପରୋକ୍ତ ୩ ଗ୍ରାମ ସମେତ ମୟୁର ପଦା, ପୋଡମ ପେଟା ଆଦି ଗ୍ରାମର ଧନଜୀବନ ନଷ୍ଟ ହେବା ଆଶଙ୍କା ରହିଛି ବୋଲି ଦାବି ପତ୍ରରେ ଉଲେଖ ରହିଛି । ଏହାସହ ହୁମା 16 ନଂ ଜାତୀୟ ରାଜପଥ ଠାରୁ ବଟେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଏଆରଡ଼ି ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଘଟୁଥିବା ପାଳିବନ୍ଧ ପୂର୍ବତନ ସରପଞ୍ଚ ଦିଲୀପ ଛୋଟରାଏ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଜିଲା ପରିଷଦ ସଭ୍ୟ ସନାତନ ବେହେରା, ବଟେଶ୍ୱର ମନ୍ଦିର ପରିଚାଳନା କମିଟି ଉପସଭାପତି ଶବର କୁମାର ତରାଇ, ପୂର୍ବତନ ସମିତି ସଭ୍ୟ ଛାୟାକାନ୍ତ ପ୍ରଧାନ, ଯୁବ ନେତା ରଞ୍ଜିତ ପଲାଇ, ଖଟୁଆ କୁଦା ଗ୍ରାମ୍ୟ କମିଟି ପୂର୍ବତନ ସଭାପତି ବୃନ୍ଦାବନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯୋଗ ଶୁଣିଲା ପରେ ଖୁବ ଶୀଘ୍ର ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲାପାଳ ପ୍ରତିଶୃତି ଦେଇଥିବା ଜଣା ପଡିଛି । ଏହି ଅଭିଯୋଗ ଶୁଣାଣି ବେଳେ ଜିଲା ଓ ବ୍ଲକ ସ୍ତରୀୟ ସମସ୍ତେ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri