ଓଟିଇଟି ପରୀକ୍ଷା ପ୍ରତ୍ୟାହାର ନେଇ ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ମୁଖ୍ୟମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହାପୂର୍ବରୁ ଗତ ଶୁକ୍ରବାର ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥଙ୍କୁ ସଚିବଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା।

ବିଧାୟକଙ୍କୁ ଆଜି ଦାବିପତ୍ର ପ୍ରଦାନ ସମୟରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ତ୍ରିନାଥ ପଟ୍ଟନାୟକ, ସରୋଜ ଶତପଥୀ, ଗୋକୁଳ ମଲ୍ଲିକ, ଏ. ମନୋଜ କୁମାର, ଜଗଦୀଶ ନାୟକ, ମନୋଜ କୁମାର ବେହେରା, ନିର୍ମଳ କୁମାର ସ୍ବାଇଁ, ଗୋପାଳ ଗୌଡ଼, ନାରାୟଣ ମହାପାତ୍ର, ସୁଜିତ କୁମାର ସ୍ବାଇଁ, ଦିଲ୍ଲୀପ କୁମାର ପ୍ରଧାନ, ଅବିନାଶ ପଣ୍ଡା, ସୁଧାଂଶୁ ମହାପାତ୍ର, ଦେବୀ ପ୍ରସାଦ ଦାଶ, ଜିତେନ୍ଦ୍ର କୁମାର, ବେହେରା , ଶିଶିର କାନ୍ତ ପତି, ବିଭୂ ପ୍ରସାଦ ମହାପାତ୍ର, ଗଙ୍ଗାଧର ପଣ୍ଡା, ସନ୍ତୋଷ କୁମାର ରଥ,ବାବୁଲା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ପ୍ରାଥମିକ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଓଟିଇଟି ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ଗତ ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ଏହା ଏକ ହୀନ ଚକ୍ରାନ୍ତ। ତେଣୁ ସରକାର ତୁରନ୍ତ ଉକ୍ତ ପରୀକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରନ୍ତୁ। ନଚେତ୍‌ ଆଗାମୀ ଦିନରେ ଶିକ୍ଷକମାନେ ରାଜ୍ୟସାରା ଆନ୍ଦୋଳନକୁ ଓହ୍ଲାଇବେ ବୋଲି କେତେକ ଶିକ୍ଷକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri