ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେସିଙ୍ଗା,୧୬ା୫(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରରେ ଚାରି ଥାକିଆ ରାସ୍ତା ନିର୍ମାଣ ପାଇଁ କେସିଙ୍ଗା ବାଇପାସ୍‌ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ବୃନ୍ଦ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିବାର ଜଣାପଡ଼ିଛି। ଏହି ଦାବିପତ୍ର ଦେବାର ୪ ମାସ ପୂର୍ବରୁ ମିନିଷ୍ଟ୍ରି ଅଫ୍‌ ରୋଡ୍‌ ଟ୍ରାନ୍ସପୋର୍ଟ ଅଣ୍ଡ ହାଇଓ୍ବେବ୍‌ ପକ୍ଷରୁ ୨୦୨୫-୨୬ ଆର୍ଥିକ ବର୍ଷରେ wedding projects ତାଲିକାର ୧୧ନମ୍ବର୍‌ରେ ବାଇପାସ ନିର୍ମାଣ ପାଇଁ ସ୍ଥାନ ପାଇଛି। ଏହା ପ୍ରଥମେ ବଲାଙ୍ଗୀର, କେସିଙ୍ଗା, ଭବାନୀପାଟଣା ଓ ଜୁନାଗଡ଼ ସହରରେ ୧୨୨କିମି ବାଇପାସ ରାସ୍ତା ନିର୍ମାଣ କରାଯିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ହୋଇ ସାରିଛି। ଏହି ୪ ଲେନ୍‌ ବିଶିଷ୍ଟ ବାଇପାସ ରାସ୍ତା ନିର୍ମାଣ ପାଇଁ ପ୍ରଥମ ଶ୍ରେଣୀ ଠିକାଦାର ଆବଶ୍ୟକତା ରହିଛି। ଜୁନାଗଡ଼ରେ ପ୍ରଥମେ ଟେଣ୍ଡର କରାଯାଇଥିଲା ତାହା କୌଣସି କାରଣରୁ ନାକଚ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ଅଧିକାରୀ ଉପରୋକ୍ତ ସହରକୁ ପରିଦର୍ଶନ କରି ଏକ ସର୍ଭେ କରିବେ ଏବଂ କେସିଙ୍ଗା ସହରର କେଉଁ ଦିଗରେ ବାଇପାସ ରାସ୍ତା ନିର୍ମାଣ କରାଯିବ ତାହା ଜଣାପଡ଼ିନାହିଁ। ଭବାନୀପାଟଣା ଅଧୀନରେ ଥିବା କେସିଙ୍ଗା, ଜୁନାଗଡ଼, ଭବାନୀପାଟଣା ଏବଂ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର ସହରରେ ସର୍ବମୋଟ୍‌ ୧୨୨କିମି ବାଇପାସ ରାସ୍ତା ନିର୍ମାଣ ପାଇଁ ଏକ ନିର୍ଦ୍ଦିଷ୍ଟ ଠିକାଦାରୀକୁ ଟେଣ୍ଡର ଦିଆଯିବା ପାଇଁ ଉଦ୍ୟମ ଜାରି ରହିଥିବାର ବିଭାଗୀୟ ଅଧିକାରୀଙ୍କଠାରୁ ସୂଚନା ମିଳିଛି। ଏହି ବାଇପାସ୍‌ ରାସ୍ତା ଯଥାଶୀଘ୍ର ନିର୍ମାଣ ପାଇଁ କେସିଙ୍ଗାସ୍ଥିତ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ବୃନ୍ଦ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କେସିଙ୍ଗା, ଭବାନୀପାଟଣା, ଜୁନାଗଡ଼ ସହର ଜାତୀୟ ପଥ ୨୬ ଅଧୀନରେ ରହିଛି। ଟ୍ରାଫିକ ସମସ୍ୟା ଯୋଗୁ ସହର ବିଭିନ୍ନ ଛକଗୁଡ଼ିକରେ ଦୁର୍ଘଟଣା ଘଟି ଲୋକଙ୍କ ଜନ ଜୀବନ ଚାଲି ଯାଉଛି। ସେଥିପାଇଁ ଏହି କମିଟିର ସଦସ୍ୟ ବୃନ୍ଦ ସୁରେଶ ରାଓ, ଦେବେନ୍ଦ୍ର ଭୁଜବଳ, ଦୟାନିଧି ସୁନାନୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ଏ ସଂକ୍ରାନ୍ତରେ ଜାତୀୟ ରାଜପଥ କେସିଙ୍ଗା ୨୬ର ଏକଜିକ୍ୟୁଟିଭ୍‌ ସୁପରିଟେଣ୍ଡେଣ୍ଟ ତପନ ମହାଳିକଙ୍କୁ ପଚାରିବାରୁ ୪ମାସ ପୂର୍ବରୁ ଏହି ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କଠାରୁ ମଞ୍ଜୁରୀ ହୋଇଛି। ସର୍ଭେ ଓ ଜମି ଅଧିଗ୍ରହଣ ପରେ ଟେଣ୍ଡର ପ୍ରକ୍ରିୟା ଶେଷ ହେଲେ ରାସ୍ତା ନିର୍ମାଣ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri