ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ ସମେତ ଜୟପାଟଣା ଏବଂ ଧର୍ମଗଡ଼ ବ୍ଳକ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଚାଷୀଙ୍କ ସସସ୍ୟାର ସମାଧାନ ନେଇ ସୋମବାର
ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଏବଂ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ନେତୃତ୍ୱରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଧାନ ବିକ୍ରି ନିମନ୍ତେ ଅନ୍‌ଲାଇନ ପଞ୍ଜିକରଣ ଖୋଲିବା ଏବଂ ଅବଧି ବୃଦ୍ଧି କରିବା ନେଇ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାସହ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ବିଭାଗ ମୁଖ୍ୟ ଶାସନ ସଚିବ ସଞ୍ଜୟ ସିଂଙ୍କୁ ଭେଟି ସମସ୍ୟା ସଂକ୍ରାନ୍ତରେ ଅବଗତ କରାଯିବା ସହ ସମାଧାନ କରିବାକୁ ଦାବି କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଚଳିତ ରବି ଋତୁରେ କୋକସରା ବ୍ଲକର ପ୍ରାୟ ୧୫ଟି ପଞ୍ଚାୟତର ବିଭିନ୍ନ ଗାଁର ଚାଷୀମାନେ ଉଠା ଜଳସେଚନ ପ୍ରକଳ୍ପ ମାଧ୍ୟମରେ ୯୮୩୨.୪୮ ହେକ୍ଟର ଜମିରେ ଧାନ ଚାଷ କରିଛନ୍ତି।

ତବେ ଧାନ ବିକ୍ରି ନିମନ୍ତେ ଗତ ୧୦ ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହୋଇଥିଲା। ଉକ୍ତ ସମୟ ସୀମା ମଧ୍ୟରେ ପୋର୍ଟାଲ ଠିକ ଭାବେ ଖୋଲି ନ ଥିବା ଓ ଉଠା ଜଳସେଚନ ବିକଳ୍ପ ଆସୁ ନ ଥିବାରୁ ଚାଷୀମାନେ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି। ଏଣେ ଅସନ୍ତୋଷ ଚାଷୀଙ୍କ ମଧ୍ୟରେ ଆନ୍ଦୋଳନ ଦାନା ବାନ୍ଧୁଥିବା ବେଳେ ଚାଷୀଙ୍କ ସ୍ବାର୍ଥକୁ ଦେଖି ୩ବିଧାୟକଙ୍କ ସହ ଉପସ୍ଥିତିରେ ବ୍ଳକ ଉପାଧ୍ୟକ୍ଷ ଅଗ୍ରୱାଲ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?