ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ବିଭିନ୍ନ ସଂଗଠନ ପକ୍ଷରୁ ଏ ନେଇ ଦାବି ହୋଇଆସୁଛି। କିଛିମାସ ତଳେ ସମାନ ଦାବି ନେଇ ମ ରାମପୁର ବନ୍ଦ ଡାକରା ଦିଆଯାଇଥିଲା। ସେହିପରି ଗତ ବୁଧବାର ଆଦିବାସୀ ସଂଘ ପକ୍ଷରୁ ଶୋଭାଯାତ୍ରା କରାଯାଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାରଙ୍କୁ ଦାବିପତ୍ର ଦିଆଯାଇଥିଲା। ମ ରାମପୁରକୁ ଉପଖଣ୍ଡ ମାନ୍ୟତା ଦେଲେ ଅଞ୍ଚଳବାସୀ ଉପକୃତ ହୋଇପାରନ୍ତେ ବୋଲି ବିଭିନ୍ନ ମହଲରେ ମତପ୍ରକାଶ ପାଇଛି।