ୟୁଏଏସ୍‌ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର, ଏହା ଲାଗୁ କରାଗଲେ ଶିକ୍ଷକ ସମାଜ…

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଦାରିଙ୍ଗବାଡ଼ି ଶାଖା ପକ୍ଷରୁ  ସରକାରଙ୍କ ୟୁଏଏସ (ୟୁନିଫାଇଡ୍‌ ଅଟୋମେଶନ ସିଷ୍ଟମ) ଲାଗୁ ପ୍ରତ୍ୟାହାର କରାଯିବା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି।

ପ୍ରକାଶ ଯେ, ଫେଡେରେଶନର ବ୍ଲକ ସଭାପତି ଯାମିନୀକାନ୍ତ ପଡ୍ରାଙ୍କ ନେତୃତ୍ୱରେ ସଂଘର ସାଧାରଣ ସମ୍ପାଦକ ସଂଗ୍ରାମ କୁମାର ନାୟକ, ଉପସଭାପତି ଚାରୁଶିଳା ମଳିକ,ସହ ସମ୍ପାଦକ ନବୀନ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ବିଇଓଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏବିଇଓ ବନମାଳୀ ମାଝୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।

ସେମାନେ ଉକ୍ତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ୟୁଏଏସ୍‌ (ୟୁନିଫାଇଡ ଅଟୋମେଶନ ସିଷ୍ଟମ) ଲାଗୁ କରାଯିବା ଘଟଣା ଶୁଣି ଶିକ୍ଷକ ମହଲରେ ଏକ ପ୍ରକାର ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି। ଏହା ଲାଗୁ କରାଗଲେ ଶିକ୍ଷକ ସମାଜ ପାଇଁ ବହୁ ସମସ୍ୟା ଉପୁଜିବ ବୋଲି କୁହାଯାଇଛ। ସେହିପରି ଜିଲା ତଥା ବ୍ଲକରେ ଭିଭିଭୂମିର ଘୋର ଅଭାବ ରହିଛି। କୌଣସି ବିଦ୍ୟାଳୟରେ ମୋବାଇଲ ନେଟଓ୍ବର୍କ ନାହିଁ। ସବୁ ବିଦ୍ୟାଳୟରେ ଆବଶ୍ୟକ ମୁତାବକ ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ଖାଲିପଡ଼ିଛି। ଏହା ସତ୍ତ୍ବେ ଶିକ୍ଷଣକାର୍ଯ୍ୟ, ମଧ୍ୟାହ୍ନଭୋଜନ ଇତ୍ୟାଦି କାର୍ଯ୍ୟ ଚାଲୁରହିଛି। ବର୍ତ୍ତମାନ ସପ୍ତାହରେ ତିନିଦିନ ଅଣ୍ଡା ଓ ତିନି ଦିନ ଲଡ଼ୁ ଦେବାର ବ୍ୟବସ୍ଥା ଆମ ଶିକ୍ଷକ ସମାଜକୁ ଆହୁରି ଚାପଗ୍ରସ୍ତ କରିଛି। ଏହିପରି ସ୍ଥଳେ ଏହା ଲାଗୁ କଲେ ଆମ ରାଜ୍ୟ ଜିଲା ତଥା ଅମ ବ୍ଲକରେ ବ୍ଲକରେ ପ୍ରାଥମିକ ଶିକ୍ଷା ସମ୍ପୂର୍ଣ୍ଣ ଅବ୍ୟବସ୍ଥିତ ହେବ ଓ ବିଦ୍ୟାଳୟସ୍ତରରେ ଏହାକୁ କାର୍ଯ୍ୟକାରୀ କରିବା ଅସମ୍ଭବ ହୋଇପଡ଼ିବ। ତେଣୁ ଆମର ଦାବି ପ୍ରଥମେ ବିଦ୍ୟାଳୟର ଆବଶ୍ୟକ ଭିତ୍ତିଭୂମି ପ୍ରଦାନ ସହ ନେଟଓ୍ବର୍କ ଆବଶ୍ୟକ, ଶିକ୍ଷକ ପଦବୀ ପୂରଣ ଏବଂ ତା’ପରେ ୟୁଏଏସ୍‌ ବ୍ୟବସ୍ଥା ଲାଗୁ କରାଯାଉ ସମର୍ଥନ କରିବାରେ ଆମର କୌଣସି ସମସ୍ୟା ରହିବ ନାହିଁ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri