ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା ସହରବାସୀଙ୍କୁ ଓଡ଼ିଶା ଖଣି ନିଗମ ଦ୍ୱାରା କୌଣସି ସୁବିଧା ସୁଯୋଗ ଦିଆଯାଉ ନ ଥିବା ପ୍ରତିବାଦରେ ଆଜି ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସଦର ମହକୁମାର କାଳୀ ପଡ଼ିଆଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି କ୍ଷତିଗ୍ରସ୍ତ ଅଞ୍ଚଳବାସୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରତିବାଦ ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।

ଏହି ଆନ୍ଦୋଳନରେ ଯୋଗ ଦେଇଥିବା ପୁରୁଣା ସହରର ବରିଷ୍ଠ ନାଗରିକ ନବ କିଶୋର ସାହୁ କରିଛନ୍ତି ଯେ, ଗନ୍ଧମାର୍ଦନ ଖଣି ଦ୍ୱାରା ୧୦ କିମିରୁ କମ୍‌ ଦୂରରେ ଅବସ୍ଥିତ କେନ୍ଦୁଝଗତ ପୁରୁଣା ସହରର ଅଧିକାଂଶ ଅଞ୍ଚଳ ପ୍ରଭାବିତ ହୋଇଥାଏ। ବିଶେଷକରି ୧,୨ ଓ ୩ ନମ୍ବର ଓ୍ବାର୍ଡର ଅଧିବାସୀମାନେ କ୍ଷତିଗ୍ରସ୍ତ ହେଉଥିଲେ ମଧ୍ୟ, ଅଧିବାସୀଙ୍କୁ ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ମାନଦଣ୍ଡ ଅନୁଯାୟୀ ଦିଆଯାଇଥିବା ସୁବିଧା ସୁଯୋଗ ପ୍ରଦାନ କରାଯାଇନାହିଁ।

ଏ ସମ୍ବନ୍ଧରେ ଗତ ୩ ନଭେମ୍ବର ୨୦୨୫ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ କ୍ଷତିଗ୍ରସ୍ତ ଅଧିବାସୀମାନେ ଏକ ମିଳିତ ଅଭିଯୋଗପତ୍ର ପ୍ରଦାନ କରିଥିଲେ। କିନ୍ତୁ ଅଦ୍ୟାବଧି କୌଣସି ପଦକ୍ଷେପ ନିଆଯାଇନାହିଁ । ଜିଲାପାଳ କେନ୍ଦୁଝଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ ଆଶୁ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଅତ୍ୟନ୍ତ ଦୁର୍ଭାଗ୍ୟର ବିଷୟ ନିର୍ବାହୀ ଅଧିକାରୀ ଏ ବିଷୟରେ ଗୁରୁତ୍ୱ ଦେଲେ ନାହିଁ କିମ୍ବା କୌଣସି ପଦକ୍ଷେପ ନେଲେ ନାହିଁ ବୋଲି ଅଭିଯୋଗ କରିଛନ୍ତି।

କ୍ଷତିଗ୍ରସ୍ତ ଅଧିବାସୀମାନଙ୍କର ଏହାମଧ୍ୟରେ ବାରମ୍ବାର ବୈଠକ ଆହୂତ ହୋଇ, କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ, ଆଜି କାଳୀ ପଡ଼ିଆଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ଶାନ୍ତିପୂର୍ଣ୍ଣ ପଦଯାତ୍ରା କରି କେନ୍ଦୁଝର ସଦର ବିଧାୟକ ତଥା ଓଡ଼ିଶାର ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ପୁରୁଣା ସହରବାସୀଙ୍କ ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ଦାବିମାନ ମାନ୍ୟବର ଲୋକଙ୍କ ମୁଖ୍ୟମନ୍ତ୍ରୀ ଅବିଳମ୍ବେ ପୂରଣ କରିବା ଏବଂ ଗନ୍ଧମାର୍ଦ୍ଦନ ଖଣି ପ୍ରଭାବିତ ଅଞ୍ଚଳ ଭାବରେ ପୁରୁଣା ସହରର ୧,୨ ଓ ୩ ନମ୍ବର ଓ୍ବାର୍ଡକୁ ସାମିଲ କରି ଅନ୍ୟ ଖଣି କ୍ଷତିଗ୍ରସ୍ତଙ୍କୁ ଓଏମ୍‌ସି ଖଣି ଓ ସରକାର ଯେଉଁ ଭଳି ସୁବିଧାମାନ ଦେଉଛନ୍ତି ସେଭଳି ସୁବିଧା ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି। ଏହି ଆନ୍ଦୋଳନ ଓ ଦାବିପତ୍ର ପ୍ରଦାନ ସମୟରେ ବରିଷ୍ଠ ନାଗରିକ ସାହୁଙ୍କ ବ୍ୟତୀତ ପୁରୁଣା ସହରର ନାଗରିକ ସତ୍ୟବ୍ରତ ପାଢ଼ୀ, ବିଶ୍ୱଜିତ ପଟ୍ଟନାୟକ, ଆଦିତ୍ୟ ବେଜ, ଜିତେନ୍ଦ୍ର କୁମାର ପତି, ଦେବେନ୍ଦ୍ର ସ୍ବାଇଁ, ପ୍ରଭୁପଦ ମିଶ୍ର, ଅନ୍ତର୍ଯ୍ୟାମୀ ପତି, ଆଶିଷ କୁମାର ଶର୍ମା,ସତ୍ୟେନ୍ଦ୍ର କର, ପ୍ରଶାନ୍ତ ଦ୍ବିବେଦୀ, ସତ୍ୟଜିତ୍‌ ମିଶ୍ର, ବିଶ୍ୱନାଥ ବାରିକ, ରତ୍ନାକର ମହାପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri