୧୦ ସ୍ଥାନରେ ରେଲଓ୍ବେ ପୁଶିଂ ବ୍ରିଜ ନିର୍ମାଣ ନେଇ ଡିଆରଏମ୍‌ଙ୍କୁ ଦାବିପତ୍ର

କୋରାପୁଟ,୧୬ା୩(ଅମିତାଭ ବେହେରା): କୋରାପୁଟ ରେଲଓ୍ବେ ଅଧୀନରେ ଥିବା ୩ଟି ବ୍ଲକର ୧୦ଟି ସ୍ଥାନରେ ପୁଶିଂ ବ୍ରିଜ ନିର୍ମାଣ ପାଇଁ ଆଜି ଡିଆରଏମ୍‌ଙ୍କୁ ରବିବାର ସ୍ଥାନୀୟ ଷ୍ଟେଶନଠାରେ ସାକ୍ଷାତ କରି ପୂର୍ବତନ ବିଧାୟକ ନିମାଇଁ ସରକାର ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଶାଖାପାଟଣା ରେଳ ଡିଭିଜନର ଡିଆରଏମ ଲଳିତ ବୋରାଙ୍କ ରବିବାର କୋରାପୁଟ ଗସ୍ତ ବେଳେ ନନ୍ଦପୁର ବ୍ଲକର ନାରୀଗାଁରେ ୩ଟି, ଡାର୍ଲିପୁଟରେ ୨ଟି, ଲମତାପୁଟ ବ୍ଲକର ପାଳିବା, କୋରାପୁଟ ବ୍ଲକର ତିଆଡ଼ିପୁଟ, ଘାଟ ମୁନ୍ଦାର, ଗିଞ୍ଜିରୀଗୁଡ଼ା ଏବଂ ମୂଷିଲାଗୁଡ଼ାଠାରେ ପୁଶିଂ ବ୍ରିଜ ନିର୍ମାଣ କରିବାକୁ ଦାବି କରିଛନ୍ତ। ପୁଶିଂ ବ୍ରିଜ ନ ଥିବାରୁ ଅଞ୍ଚଳବାସୀ ରେଳ ଲାଇନକୁ ବିପଦସଂକୁଳ ଭାବେ ପାରି ହେଉଥିବାବେଳେ ବିଭିନ୍ନ ସମୟରେ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ କରିଛନ୍ତି। ତେଣୁ ରେଲଓ୍ବେ ବିଭାଗ ପକ୍ଷରୁ ତୁରନ୍ତ ଉପରୋକ୍ତ ୧୦ଟି ସ୍ଥାନରେ ପୁଶିଂ ବ୍ରିଜ ନିର୍ମାଣ କରାଯାଉ ବୋଲି ଏହି ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ଡିଆରଏମ୍‌ ମଧ୍ୟ ଏହି ଦାବିପତ୍ର ଗ୍ରହଣ କରିବା ପରେ ଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?