ଇସି ପୁନର୍ଗଠନ ପ୍ରକ୍ରିୟାକୁ ସ୍ଥଗିତ ପାଇଁ ଜିଲାପାଳଙ୍କୁ ଦାବିପତ୍ର

ଦେବଗଡ,୨୧।୯(ଶଶାଙ୍କ ଶେଖର ଝାଙ୍କର): ସିଏଲଏଫ ଓ ଜିପିଏଲଏଫ ତଥା ଇସି ପୁନର୍ଗଠନ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ ଇସି ମାନଙ୍କ ମଧ୍ୟରେ ଭାଳେଣି ପଡିବା ସହ ଏହାକୁ ସେମାନେ ବିରୋଧ କରିଛନ୍ତି । ଏଥିସହ ଦେବଗଡ ଜିଲା ମିଶନ ଶକ୍ତି ଫେଡେରେଶନ ପକ୍ଷରୁ ଉଚ୍ଚ ନ୍ୟାୟଳୟଙ୍କ ଦ୍ୱାରସ୍ଥ ହୋଇ ଏକ ମକଦ୍ଦମା ରୁଜୁ କରାଯାଇଥିବା ବେଳେ ଏହାର ଅନ୍ତରିଣ ଶୁଣାଣି ଆସନ୍ତା ୨୨ ତାରିଖରେ ହେବ ବୋଲି ଜଣାପଡିଛି । ମାତ୍ର ଜିଲା ପ୍ରଶାସନ ପକ୍ଷରୁ ତରବରିଆ ଭାବେ ଇସି ପୁନର୍ଗଠନ ପାଇଁ ପଦକ୍ଷେପ ନିଆଯାଉଥିବାରୁ ଏହାକୁ ବିରୋଧ କରି ଶନିବାର ଦେବଗଡ ଜିଲା ମିଶନ ଶକ୍ତି ଫେଡେରେସନର ବହୁ ସଦସ୍ୟା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଇସି ପୁନର୍ଗଠନ ପ୍ରକ୍ରିୟାକୁ ଉଚ୍ଚ ନ୍ୟାୟାଳୟଙ୍କ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଇସି ମାନଙ୍କର ଅଭିଯୋଗ ଅନୁଯାୟୀ ପୂର୍ବ ସରକାର ସେମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ସହ ସହଜ କିସ୍ତି ଋଣରେ ସ୍କୁଟି ପ୍ରଦାନର ବ୍ୟବସ୍ଥା କରିଥିଲେ । ଇତିମଧ୍ୟରେ ନୂତନ ସରକାର ଇସି ପୁନର୍ଗଠନ ପାଇଁ ନିଷ୍ପତି ନେଇଛନ୍ତି । ତେବେ ସେମାନେ ଚାରି ବର୍ଷୀଆ କିସ୍ତିରେ ସ୍କୁଟି ନେଇଥିବାରୁ ଆହୁରୀ ୨ ବର୍ଷର ଋଣ କିସ୍ତି ବାକି ରହିଛି । ଅନ୍ୟପକ୍ଷରେ ସେମାନଙ୍କର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନଥିବାରୁ ଋଣ ପରିଶୋଧ କରିବା ନେଇ ସେମାନେ ଚିନ୍ତିତ ହୋଇ ପଡିଛନ୍ତି । ଏହାକୁ ବିଚାର କରି ସରକାର ତୁରନ୍ତ ପୁନର୍ଗଠନ ନକରି ସେମାନଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିବା ଉଚିତ ବୋଲି ସେମାନେ ଦାବି କରି ଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri