ଇସି ପୁନର୍ଗଠନ ପ୍ରକ୍ରିୟାକୁ ସ୍ଥଗିତ ପାଇଁ ଜିଲାପାଳଙ୍କୁ ଦାବିପତ୍ର

ଦେବଗଡ,୨୧।୯(ଶଶାଙ୍କ ଶେଖର ଝାଙ୍କର): ସିଏଲଏଫ ଓ ଜିପିଏଲଏଫ ତଥା ଇସି ପୁନର୍ଗଠନ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ ଇସି ମାନଙ୍କ ମଧ୍ୟରେ ଭାଳେଣି ପଡିବା ସହ ଏହାକୁ ସେମାନେ ବିରୋଧ କରିଛନ୍ତି । ଏଥିସହ ଦେବଗଡ ଜିଲା ମିଶନ ଶକ୍ତି ଫେଡେରେଶନ ପକ୍ଷରୁ ଉଚ୍ଚ ନ୍ୟାୟଳୟଙ୍କ ଦ୍ୱାରସ୍ଥ ହୋଇ ଏକ ମକଦ୍ଦମା ରୁଜୁ କରାଯାଇଥିବା ବେଳେ ଏହାର ଅନ୍ତରିଣ ଶୁଣାଣି ଆସନ୍ତା ୨୨ ତାରିଖରେ ହେବ ବୋଲି ଜଣାପଡିଛି । ମାତ୍ର ଜିଲା ପ୍ରଶାସନ ପକ୍ଷରୁ ତରବରିଆ ଭାବେ ଇସି ପୁନର୍ଗଠନ ପାଇଁ ପଦକ୍ଷେପ ନିଆଯାଉଥିବାରୁ ଏହାକୁ ବିରୋଧ କରି ଶନିବାର ଦେବଗଡ ଜିଲା ମିଶନ ଶକ୍ତି ଫେଡେରେସନର ବହୁ ସଦସ୍ୟା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଇସି ପୁନର୍ଗଠନ ପ୍ରକ୍ରିୟାକୁ ଉଚ୍ଚ ନ୍ୟାୟାଳୟଙ୍କ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଇସି ମାନଙ୍କର ଅଭିଯୋଗ ଅନୁଯାୟୀ ପୂର୍ବ ସରକାର ସେମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ସହ ସହଜ କିସ୍ତି ଋଣରେ ସ୍କୁଟି ପ୍ରଦାନର ବ୍ୟବସ୍ଥା କରିଥିଲେ । ଇତିମଧ୍ୟରେ ନୂତନ ସରକାର ଇସି ପୁନର୍ଗଠନ ପାଇଁ ନିଷ୍ପତି ନେଇଛନ୍ତି । ତେବେ ସେମାନେ ଚାରି ବର୍ଷୀଆ କିସ୍ତିରେ ସ୍କୁଟି ନେଇଥିବାରୁ ଆହୁରୀ ୨ ବର୍ଷର ଋଣ କିସ୍ତି ବାକି ରହିଛି । ଅନ୍ୟପକ୍ଷରେ ସେମାନଙ୍କର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନଥିବାରୁ ଋଣ ପରିଶୋଧ କରିବା ନେଇ ସେମାନେ ଚିନ୍ତିତ ହୋଇ ପଡିଛନ୍ତି । ଏହାକୁ ବିଚାର କରି ସରକାର ତୁରନ୍ତ ପୁନର୍ଗଠନ ନକରି ସେମାନଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିବା ଉଚିତ ବୋଲି ସେମାନେ ଦାବି କରି ଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri