ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ଆଶାକର୍ମୀ ସଂଘ

କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ପୂର୍ବରୁ ବହୁବାର ଦାବିପତ୍ର ଦିଆଯାଇଥିଲେ ହେଁ କେବଳ ପ୍ରତିଶ୍ରୁତି ମଧ୍ୟ ମିଳିଛି । କିନ୍ତୁ ଆଜି ପର୍ଯ୍ୟନ୍ତ ଦାବି ପୂରଣ ଦିଗରେ ସରକାର କୌଣସି ପଦକ୍ଷେପ ଗ୍ରହଣ କରିନାହାନ୍ତି ବୋଲି ଆନ୍ଦୋଳନକାରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଯାହା ଓଡ଼ିଶାରେ କାର୍ଯ୍ୟରତ ଆଶାକର୍ମୀମାନଙ୍କୁ ନିରାଶ କରିଛି ବୋଲି କହିଛନ୍ତି। ଓଡିଶା ଆଶାକର୍ମୀ ସଂଘ କେନ୍ଦୁଝର ଜିଲା ତରଫରୁ ଉକ୍ତ ଦାବିଗୁଡ଼ିକ ପୂରଣ କରିବାକୁ ନିବେଦନ କରିଛନ୍ତି। ବିଭିନ୍ନ ଦାବି ମଧ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନକୁ ସ୍ଥାୟୀ କରିବା, ଆଶାକର୍ମୀମାନଙ୍କୁ ସରକାର ମାନ୍ୟତା ପ୍ରଦାନ, ଯେ ପର୍ଯ୍ୟନ୍ତ ସରକାର ମାନ୍ୟତା ଦିଆଯାଇ ନାହିଁ ସେମାନଙ୍କୁ ମାସିକ ୧୮,୦୦୦ ଟଙ୍କା ଭତ୍ତା ପ୍ରଦାନ, ଯୋଗ୍ୟତା ଭିତ୍ତିକ ଆଶାକର୍ମୀମାନଙ୍କୁ ପଦୋନ୍ନତି, ଆଶାକର୍ମୀମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା, ଅବସର ନେଉଥିବା କର୍ମୀମାନଙ୍କୁ ଏକ କାଳୀନ ୫ ଲକ୍ଷ ଟଙ୍କା ପ୍ରଦାନ ସହ ମାସିକ ୫ ହଜାର ଟଙ୍କା ପେନ୍‌ସନ୍‌ ବ୍ୟବସ୍ଥା ଆଦି ଦାବି କରିଛନ୍ତ।
ସେହିପରି କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁବରଣ କଲେ ଆଶାକର୍ମୀକୁ ମୃତ୍ୟୁକାଳୀନ ସହାୟତା ରାଶି ୫ ଲକ୍ଷ ଟଙ୍କା ଦେବା ସହିତ ପରିବାରରେ ଜଣକୁ ନିଯୁକ୍ତି ଦେବାକୁ ଦାବି କରିଛନ୍ତି। ସଂଘର ଜିଲା ସଭାପତି ପ୍ରମିଳା ମହାନ୍ତ, ସମ୍ପାଦିକା ମୀନା ମହାନ୍ତଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସ ଆଗରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରି ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri