ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ଆଶାକର୍ମୀ ସଂଘ

କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ପୂର୍ବରୁ ବହୁବାର ଦାବିପତ୍ର ଦିଆଯାଇଥିଲେ ହେଁ କେବଳ ପ୍ରତିଶ୍ରୁତି ମଧ୍ୟ ମିଳିଛି । କିନ୍ତୁ ଆଜି ପର୍ଯ୍ୟନ୍ତ ଦାବି ପୂରଣ ଦିଗରେ ସରକାର କୌଣସି ପଦକ୍ଷେପ ଗ୍ରହଣ କରିନାହାନ୍ତି ବୋଲି ଆନ୍ଦୋଳନକାରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଯାହା ଓଡ଼ିଶାରେ କାର୍ଯ୍ୟରତ ଆଶାକର୍ମୀମାନଙ୍କୁ ନିରାଶ କରିଛି ବୋଲି କହିଛନ୍ତି। ଓଡିଶା ଆଶାକର୍ମୀ ସଂଘ କେନ୍ଦୁଝର ଜିଲା ତରଫରୁ ଉକ୍ତ ଦାବିଗୁଡ଼ିକ ପୂରଣ କରିବାକୁ ନିବେଦନ କରିଛନ୍ତି। ବିଭିନ୍ନ ଦାବି ମଧ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନକୁ ସ୍ଥାୟୀ କରିବା, ଆଶାକର୍ମୀମାନଙ୍କୁ ସରକାର ମାନ୍ୟତା ପ୍ରଦାନ, ଯେ ପର୍ଯ୍ୟନ୍ତ ସରକାର ମାନ୍ୟତା ଦିଆଯାଇ ନାହିଁ ସେମାନଙ୍କୁ ମାସିକ ୧୮,୦୦୦ ଟଙ୍କା ଭତ୍ତା ପ୍ରଦାନ, ଯୋଗ୍ୟତା ଭିତ୍ତିକ ଆଶାକର୍ମୀମାନଙ୍କୁ ପଦୋନ୍ନତି, ଆଶାକର୍ମୀମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା, ଅବସର ନେଉଥିବା କର୍ମୀମାନଙ୍କୁ ଏକ କାଳୀନ ୫ ଲକ୍ଷ ଟଙ୍କା ପ୍ରଦାନ ସହ ମାସିକ ୫ ହଜାର ଟଙ୍କା ପେନ୍‌ସନ୍‌ ବ୍ୟବସ୍ଥା ଆଦି ଦାବି କରିଛନ୍ତ।
ସେହିପରି କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁବରଣ କଲେ ଆଶାକର୍ମୀକୁ ମୃତ୍ୟୁକାଳୀନ ସହାୟତା ରାଶି ୫ ଲକ୍ଷ ଟଙ୍କା ଦେବା ସହିତ ପରିବାରରେ ଜଣକୁ ନିଯୁକ୍ତି ଦେବାକୁ ଦାବି କରିଛନ୍ତି। ସଂଘର ଜିଲା ସଭାପତି ପ୍ରମିଳା ମହାନ୍ତ, ସମ୍ପାଦିକା ମୀନା ମହାନ୍ତଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସ ଆଗରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରି ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?