କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା ନିମ୍ନମାନର କାର୍ଯ୍ୟ ହୋଇଥିବା ଯୋଗୁ ଝଡ଼ବତାସରେ ତୋରଣ ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି। ଏହି କ୍ରମରେ ରବିବାର ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗଡ଼ ନାଗରିକ ମଧ୍ୟ ଅନୁରୂପ ଅଭିଯୋଗ କରିଛି। ଖବରଦାତା ସମ୍ମିଳନୀରେ ବରଗଡ଼ ନାଗରିକ ମଞ୍ଚର ସଭାପତି ଭୀଷ୍ମଦେବ ସରାଫ୍‌ କହିଥିଲେ, ଜନସାଧାରଣଙ୍କ ଟିକସ୍‌ରେ ଲକ୍ଷଲକ୍ଷ ଟଙ୍କା ବ୍ୟୟ କରାଯାଇ ସେହି ତୋରଣ ନିର୍ମାଣ କରାଯାଇଥିଲା। ମାତ୍ର ନିର୍ମାଣକୁ ୬ ମାସ ନ ପୂରୁଣୁ ତାହା ଭାଙ୍ଗିଗଲା ଏବଂ ଏଥିରେ ୨ଜଣ ଆହତ ମଧ୍ୟ ହୋଇଥିଲେ। ଫଳରେ ତୋରଣ ନିର୍ମାଣରେ ସମ୍ପୃକ୍ତ ଅଧିକାରୀ, ଠିକାସଂସ୍ଥା ପ୍ରମୁଖଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ସହିତ ଆହତଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ସେ ଦାବି କରିଛନ୍ତି।

ସେ ଆହୁରି କହିଛନ୍ତି, ଥାନାଛକ ପ୍ରଶସ୍ତିକରଣରେ ଜନସାଧାରଣଙ୍କ ସମର୍ଥନ ରହିଛି। କିନ୍ତୁ ସେଠାରେ ତୋରଣ ନିର୍ମାଣ କରାଯିବା ଯୋଗୁ ବ୍ୟସ୍ତବହୁଳ ଏହି ଛକ ପୁଣି ସଂକୁଚିତ ହେଉଛି। ଆଗକୁ ମଧ୍ୟ ଏଭଳି ବିପଦ ଆଶଙ୍କା ରହିଛି। ଫଳରେ ସବୁଦିନ ପାଇଁ ସେଠାରୁ ତୋରଣ ହଟଯାଉ ବୋଲି ବରଗଡ଼ ନାଗରିକ ମଞ୍ଚ ଦାବି କରୁଛି ବୋଲି ସରାଫ୍‌ କହିଥିଲେ। ଏହା ସହିତ ସହରବାସୀଙ୍କ ବହୁ ପ୍ରତୀକ୍ଷିତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦକୁ ଭୁଲି ଯାଇ ପ୍ରଶାସନ ଅ୍ଯଯସ୍ଥାନ ଉଚ୍ଛେଦରେ ଆଗଭର ହେବା ଘଟଣାକୁ ନିନ୍ଦା କରାଯାଇଛି। ଲଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ତୁରନ୍ତ କରା ନଗଲେ ମଞ୍ଚ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସରାଫ୍‌ ଚେତାବନୀ ଦେଇଛନ୍ତି। ସେହିପରି ଉଚ୍ଛେଦ ହୋଇଥିବା ଛୋଟ ଦୋକାନୀ, ଉଠା ଦୋକାନୀଙ୍କୁ ଥଇଥାନ କରିବା, କ୍ୟାନସର ହସ୍ପିଟାଲକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା, ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ସମମ୍ୟାର ସମାଧାନ, କେନାଲର ସୌନ୍ଦର୍ଯ୍ୟରଣକୁ ଅଗ୍ରାଧିକାର ଦେବା ସହିତ ଚାଷଜମିକୁ ପାଣି ପହଞ୍ଚାଇବା ବ୍ୟବସ୍ଥା କରିବାକୁ ମଞ୍ଚ ଦାବି କରିଛି। ତେବେ କୌଣସି କଳା ତାଲିକାଭୁକ୍ତ ଠିକାଦାର ଦ୍ୱାରା କେନାଲର ସୌନ୍ଦର୍ଯ୍ୟକରଣ ଚାଲିଲେ, ବରଗଡ଼ ନାଗରିକ ମଞ୍ଚ ତାକୁ ଦୃଢ଼ ବିରୋଧ କରିବ ବୋଲି ମଞ୍ଚର ସଭାପତି ସରାଫ୍‌ ଚେତାବନୀ ଦେଇଛନ୍ତି।

ଖବରଦାତା ସମ୍ମିଳନୀରେ ସମ୍ପାଦକ ଭବାନୀ ପ୍ରସାଦ ସାହୁ, ଉପସଭାପତି କିଶୋର ସାହୁ, ଶୟନ ପଣ୍ଡା, ଉପଦେଷ୍ଟା ସମୀର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷାରେ ରାଜ୍ୟରେ ତୃତୀୟ ସ୍ଥାନ ଅଧିକାର କରିଥିବା ବରଗଡ଼ କଲେଜ ରୋଡ୍‌ ବାସିନ୍ଦା ଜିତାମିତ୍ର ସାହୁଙ୍କୁ ବରଗଡ଼ ନାଗରିକ ମଞ୍ଚ ସମ୍ବର୍ଦ୍ଧିତ କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri