ଉଠାଦୋକାନୀଙ୍କୁ ଥଇଥାନ ଦାବି ତେଜିଲା

ବାଲେଶ୍ୱର ଅଫିସ, ୪।୧: ବାଲେଶ୍ୱର ପୌରାଞ୍ଚଳର ୧୩ ଓ ୧୪ ନଂ. ୱାର୍ଡର ବିସ୍ଥାପିତ ଉଠା ଦୋକାନୀମାନଙ୍କୁ ସ୍ଥାୟୀ ଥଇଥାନ ନିମନ୍ତେ ମଙ୍ଗଳବାର ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ମାନସ କୁମାର ଦତ୍ତଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳଙ୍କୁ ସାକ୍ଷାତ୍‌ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଅତିରିକ୍ତ ଜିଲାପାଳ ଏହି ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।
ଦାବି ଅନୁସାରେ, ୧୩ ନଂ. ଓ ୧୪ ନଂ. ୱାର୍ଡ଼ ଅନ୍ତର୍ଗତ ଫକୀରମୋହନ କଲେଜ ନିକଟରେ ଗତ ୩ ବର୍ଷରୁ ଊର୍ଦ୍ଧ୍ୱ ଧରି ବହୁ ଉଠାଦୋକାନୀ ଜୀବନଜୀବିକା ପାଇଁ ଟ୍ରାଫିକ ନିୟମ ମାନି ବ୍ୟବସାୟ କରିଆସୁଥିଲେ। ସରକାରଙ୍କ କୌଣସି ନିଯୁକ୍ତି ନ ଥିବା ଯୋଗୁ ସେମାନେ ନିଜର ପରିବାରର ପ୍ରତିପୋଷଣ ପାଇଁ ବିଭିନ୍ନ ସଂସ୍ଥାରୁ ଋଣ ନେଇ ବ୍ୟବସାୟ କରିଆସୁଥିଲେ। ମାତ୍ର ଗତ ଡିସେମ୍ବର ୨୯ ତାରିଖରେ ବିନା ସୂଚନାରେ ହଠାତ୍‌ ପୌର କର୍ତ୍ତୃପକ୍ଷ ଦୋକାନ ଭାଙ୍ଗିବା ସହିତ ବହୁ ଦୋକାନ ଉଠାଇ ନେଇଛନ୍ତି। ଯଦ୍ୱାରା ସେମାନଙ୍କର ବ୍ୟବସାୟରେ କ୍ଷତି ହେବା ସହିତ ପରିବାରର ପ୍ରତିପୋଷଣ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ପରିବାର ପ୍ରତିପୋଷଣ ଓ ଋଣ ଶୁଝିବା ପାଇଁ ସେମାନଙ୍କୁ ଥଇଥାନ କରିବା ପାଇଁ ଏକ ବିକଳ୍ପ ସ୍ଥାନ ଦିଆଯାଉ ଓ ବିକଳ୍ପ ସ୍ଥାନ ନ ମିଳିବା ପର୍ଯ୍ୟନ୍ତ ସେମାନଙ୍କୁ ଉକ୍ତ ସ୍ଥାନରେ ପ୍ରଶାସନର ନିୟମ ଭିତରେ ବ୍ୟବସାୟ କରିବା ପାଇଁ ଅନୁମତି ଦିଆଯାଉ ବୋଲି ଉଲ୍ଲେଖ କରାଯାଇଛି। ପ୍ରତିନିଧି ଦଳରେ ବରିଷ୍ଠ ନେତା ରବିନାରାୟଣ ମହାପାତ୍ର, ଗୌରାଙ୍ଗ ଦାସ, ସୀତାକାନ୍ତ ସ୍ବାଇଁ, ଲୋକନାଥ ଭୂୟଁା, ଉମେଶ ବେହେରା, ରାଜେନ୍ଦ୍ର ଚାଟାର୍ଜୀ, ସୌଭାଗ୍ୟ ମାନସ ନାୟକ, ମାନସ ସାହୁ ଓ ବହୁ ଉଠାଦୋକାନୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri