ପ୍ରସ୍ତାବିତ ୪୦ ସମବାୟ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ ଦାବି

ନୂଆପଡ଼ା,୧୨ା୪ (ମକାରୁ ବେମାଲ):ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଥିବାବେଳେ ନୂଆପଡ଼ା ଜିଲାର ବରିଷ୍ଠ ଭାଜପା ନେତା ତଥା ଦଳର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ସାକ୍ଷାତକରି ଜିଲାର ସମବାୟ ସମିତି ସମସ୍ୟା ଉପରେ ଆଲୋଚନାକରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଚାଷୀ ଓ ଗରିବ ଜନସାଧାରଣଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ସମବାୟ ବିଭାଗର ଭୂମିକା ଗୁରୁତ୍ୱପୂର୍ଣ୍ଣ। କଳାହାଣ୍ଡି ଜିଲାରୁ ନୂଆପଡା ଭାଗହୋଇ ନୂତନ ଜିଲା ହେଲା ପରେ ଜିଲାରେ ଏକ ନୂତନ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପ୍ରତିଷ୍ଠା କରିବା ପାଇଁ ବହୁ ଦିନରୁ ଦାବି ହୋଇଆସୁଛି। ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କରୁ ନୂଆପଡ଼ା ଜିଲାକୁ ପ୍ରତ୍ୟାହାରକରି ଏକ ନୂତନ ନୂଆପଡା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପ୍ରତିଷ୍ଠା କରିବା ପାଇଁ ପାଣିଗ୍ରାହୀ ଦାବି କରିଥିଲେ। ଦୀର୍ଘଦିନ ହେଲା ଜିଲାରେ ନୂତନ କରି ୪୦ଟି ନୂଆ ସମବାୟ ସମିତି ଗଠନ ପାଇଁ ପ୍ରସ୍ତାବିତ ହୋଇ ପଡ଼ିରହିଛି। ଏଣୁ ତୁରନ୍ତ ଏହି ପ୍ରସ୍ତାବିତ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ କରିବାକୁ ପାଣିଗ୍ରାହୀ ଅନୁରୋଧ କରିଛନ୍ତି। ମନ୍ତ୍ରୀ ବଳସାମନ୍ତ ସମବାୟ ବ୍ୟାଙ୍କ ତଥା ସୋସାଇଟି ଖୋଲିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଚାରାଧୀନ ଅଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri