ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସଙ୍କ ନେତୃତ୍ୱରେ ଅଞ୍ଚଳବାସୀ ଗଞ୍ଜାମ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଏହି ସହିତ ଏକ ଲିଖିତ ଦାବିପତ୍ର ଗଞ୍ଜାମ ଜିଲାପାଳ ଏବଂ ଗଞ୍ଜାମ ଅବକାରୀ ଅଧୀକ୍ଷକଙ୍କୁ ଭେଟି ପ୍ରଦାନ କରିଛନ୍ତି। ଉକ୍ତ ଦେଶୀ ମଦଭାଟି ଖୋଲାଯାଏ ତେବେ ଅଞ୍ଚଳବାସୀ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବା ସହିତ ଅଞ୍ଚଳରେ ବିଶୃଙ୍ଖଳା ସୃଷ୍ଟି ହେବ। ଏନେଇ ପୂର୍ବରୁ ମଧ୍ୟ ଅଞ୍ଚଳବାସୀ ଜିଲା ପ୍ରସାଶନର ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ପରେ ୨୦୨୨ରୁ ଏହି ମଦଭାଟି ବନ୍ଦ ହେବା ଯୋଗୁ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ବାତାବରଣ ଫେରି ପାଇଥିଲା। ଏଣୁ ପନଃ ଦେଶୀ ମଦଭାଟିଟି ଏଠାରେ ଖୋଲିଲେ ଅଞ୍ଚଳବାସୀ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ। ଜନସ୍ବାର୍ଥ ଓ ଜନସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପୁନଃର୍ବାର ଏହାକୁ ଚାଲୁ କରିବା ପାଇଁ ପ୍ରୟାସ କରୁଥିବା ଉକ୍ତ ଦେଶୀ ମଦଭାଟିକୁ ଅନୁମତି ନ ଦିଆଯାଉ ଏବଂ ଏହାକୁ ସ୍ଥାୟୀ ଭାବରେ ବନ୍ଦ ରଖିବା ନିମନ୍ତେ ସେମାନେ ଦାବି କରିଛନ୍ତି।

ଏହି ଦାବିପତ୍ର ପ୍ରଦାନ ବେଳେ ଅଗସ୍ତି ନୂଆଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ପି. ସିମାଦ୍ରୀ, ପି. ଏରେମ୍ମା, ଏ. ଭାନୁ, ଡି. ଏରେମ୍ମା, ପି. କାମନ୍ନାଙ୍କ ସମେତ ବହୁ ପୁରୁଷ ଏବଂ ମହିଳା ଉପସ୍ଥିତ ଥିଲେ।

ଅଞ୍ଚଳରେ ମଦଭାଟି ହେଲେ ଚୋରି ଡକାୟତ, ରାହାଜାନି ଗୁଣ୍ଡାଗର୍ଦ୍ଦି , ନାରି ନିର୍ଯାତନା ପରି ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଉଥିଲା ଏବଂ ଏହି ବିଶାକ୍ତ ପୋଚ୍‌ ପାଣିକୁ ପିଇ ଗୃହପାଳିତ ପଶୁ ମଧ୍ୟ ରୋଗ ଯୋଗୁ ମୃତ୍ୟୁବରଣ କରିଥିବା ନଜିର ରହିଛି। ଏହାର କୁପ୍ରଭାବ ସିଧାସଳଖ ଭାବରେ ସ୍ଥାନୀୟ ଗ୍ରାମବାସୀ ଓ ଏହି ରାସ୍ତାରେ ଯାତାୟାତ କରୁଥିବା ଛାତ୍ରୀଛାତ୍ର, କର୍ମଜୀବୀ ମହିଳାଙ୍କ ଉପରେ ପଡ଼ିଥାଏ। ଏଥିସହିତ ଗ୍ରାମରେ ଅଶାନ୍ତି ଓ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଉକ୍ତ ମଦଭାଟିରୁ ନିର୍ଗତ ହେଉଥିବା ଦୁର୍ଗନ୍ଧଯୁକ୍ତ ଜୈବିକ ଗ୍ୟାସ ଏବଂ ବର୍ଜ୍ୟପାଣି ଯୋଗୁ ଗ୍ରାମର ପରିବେଶ ଦୂଷିତ ହୋଇଥିବାର ଅଭିଯୋଗ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?